For Quick Alerts
Turn On Notification  
For Daily Alerts
Oneindia App Download

କଟକ-ପୁରୀ ବାଇପାସ୍‌ ରୋଡରେ ଲୋକାର୍ପିତ ହେଲା ଏଲଇଡି ଷ୍ଟ୍ରିଟ ଲାଇଟ୍

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ବରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି ।

|

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ବରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି । ଏହି ଆଲୋକୀକରଣ ବ୍ୟବସ୍ଥା ବାଇପାସ୍‌ ରୋଡର ପଳାଶୁଣୀ ଛକ ଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ 12 କିଲୋମିଟର ରାସ୍ତାରେ ଆଲୋକୀକରଣ କାର୍ଯ୍ୟକାରୀ କରାଯାଇଛି । ଏହାଦ୍ବାରା ବିଦ୍ୟୁତ ଶକ୍ତି ଖର୍ଚ୍ଚ କମିବା ସହିତ ଜନସାଧାରଣ ବିଶେଷକରି ଗାଡିଚାଳକ ଓ ପଥଚାରୀ ମାନଙ୍କ ଯାତାୟତ ଅଧିକ ନିରାପଦ ହେବ । ଆହୁରି ମଧ୍ୟ ଉତ୍ତମ ଆଲୋକୀକରଣ ବ୍ୟବସ୍ଥା ଦ୍ବାରା ସଡକ ଦୁର୍ଘଟଣା କମିବା ସହିତ ଚୋରୀ ଓ ଲୁଟପାଟ ଭଳି ଅପରାଧିକ କାର୍ଯ୍ୟକଳାପ ମଧ୍ୟ କମିପାରିବ ବୋଲି ଲୋକାର୍ପିତ ଉତ୍ସବ ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନବୀନ ପଟ୍ଟନାୟକ

ସହରରେ ଲାଗିଛ 40 ହଜାରରୁ ଅଧିକ ଏଲଇଡି ଲାଇଟ୍

ଆଜି ଲୋକାର୍ପିତ ହୋଇଥିବା କଟକ-ପୁରୀ ବାଇପାସ୍ ରାସ୍ତାରେ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଏଥିରେ 387 ଟି ଖୁଣ୍ଟିରେ 120 ୱାଟ୍ ବିଶିଷ୍ଟ 774ଟି ଏଲ୍‌ଇଡି ଲାଇଟ ଲଗାଯାଇଛି ଏବଂ ଲିଙ୍ଗିପୁର, କେଶୁରା ଓ ପାଣ୍ଡରା ଠାରେ ୩ଟି ହାଇମାଷ୍ଟ ଲାଇଟ ଲଗାଯାଇଛି । ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ 2.85 କୋଟି ଟଙ୍କା ବ୍ୟୟ କରାଯାଇଛି ।
ଭୁବନେଶ୍ବର ମହାନଗର ଅଞ୍ଚଳ ମଧ୍ୟରେ ନିଗମ ପକ୍ଷରୁ ଉଜ୍ଜଳ ଆଲୋକୀକରଣ କାର୍ଯ୍ୟକ୍ରମ ଜାରି ରହିଛି । ବର୍ତ୍ତମାନ ସହରର ବିଭିନ୍ନ ସ୍ଥାନରେ ୪୦ ହଜାରରୁ ଅଧିକ ଲାଇଟ ଲଗାଯାଇଛି । ଖୁବ୍‌ଶୀଘ୍ର ଅଧିକ ଆଲୋକୀକରଣ ପାଇଁ ଆଉ 6.7 କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ସୂଚନା ମିଳିଛି । ଆଜିର ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ବି‌ଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ବର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଏବଂ ଭୁବନେଶ୍ବରର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ । ମ୍ୟୁନିସପାଲ ଆଡମିନିଷ୍ଟ୍ରେସନର ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମଜିତ ନାୟକ ସ୍ବାଗତ ଭାଷଣ ଦେଇଥିଲେ ଏବଂ ମହାନଗର ନିଗମର କମିଶନର ଶ୍ରୀ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
CM Naveen Patnaik Inaugurated Led Light in Cuttack Puri Bypass Road
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X