ମୟୂରଭଞ୍ଜବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପର କଲେ ଉଦଘାଟନ
ମୟୂରଭଞ୍ଜବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ସୁବର୍ଣ୍ଣରେଖା ଓ ଦେଓ ଜଳ ସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ମୟୂରଭଞ୍ଜ: ମୟୂରଭଞ୍ଜବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ସୁବର୍ଣ୍ଣରେଖା ଓ ଦେଓ ଜଳ ସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୬୮୫ କୋଟି ଟଙ୍କା ବ୍ୟୟରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ । ଅତିରିକ୍ତ ୧୭ ହଜାର ୧୨୧ ହେକ୍ଟର ଚାଷ ଜମି ପାଇଁ ଜଳସେଚନ ସୁବିଧା । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ । ମୟୂରଭଞ୍ଜ ଜିଲ୍ଲାର ୭ଟି ବ୍ଲକର ୬୪ଟି ଗାଁ ଓ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକର ୨୩ଟି ଗାଁର ଚାଷୀ ଉପକୃତ ହେବେ ।
ସେହିପରି କରଞ୍ଜିଆ ସବଡିଭିଜନର ହାତୀବାରିରେ ଦେଓ ଜଳସେଚନ ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରଞ୍ଜିଆ ହାତୀବାରିରେ ୮୨୩ କୋଟି ବ୍ୟୟରେ ଦେଓନଦୀ ଉପରେ ନିର୍ମିତ ହୋଇଛି ୧ ହଜାର ୨୮୦ ମିଟର ଦୈର୍ଘ୍ୟ ବିଶିଷ୍ଟ ନଦୀବନ୍ଧ । ଉଭୟ ବାମ ଓ ଦକ୍ଷିଣ ପାର୍ଶ୍ୱରେ ୫୮ କିଲୋମିଟରର କେନାଲ ଦ୍ୱାରା ୩ଟି ବ୍ଲକର ୯ ହଜାର ୯୦୦ ହେକ୍ଟର ଜମି ଜଳସେଚିତ ହେବ । ଏହା ଦ୍ୱାରା ଶହେଟି ଗାଁର ପ୍ରାୟ ୨ ଲକ୍ଷ ଲୋକ ଉପକୃତ ହେବେ । ଏହି ପ୍ରକଳ୍ପ ଦ୍ୱାରା ପଡ଼ୋଶୀ କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକର ୩ ହଜାର ୨୨୩ ହେକ୍ଟର ଚାଷଜମିକୁ ମଧ୍ୟ ପ୍ରକଳ୍ପ ପାଣି ଯୋଗାଇବ ।