ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ରୂପାନ୍ତରଣ ପ୍ରକଳ୍ପର ଭିତ୍ତପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ବିଶ୍ବସ୍ତରୀୟ ଲାଇବ୍ରେରୀରେ ପରିଣତ କରିବା ନିମନ୍ତେ ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡିଶା ଖଣି ନିଗମ (ଓଏମସି)ର ମିଳିତ ଆନୁକୁଲ୍ୟରେ ଗ୍ରନ୍ଥାଳୟକୁ ରୂପାନ୍ତରିକରଣ କରିବା ପାଇଁ ଓଡ଼ିଶା ସରକାର ଏହି ପ୍ରୟାସ ଆରମ୍ଭ କରିଛନ୍ତି।

ଏଥିସହ ଭୁବନେଶ୍ବରର ବାପୁଜୀନଗର ଠାରେ ଅବସ୍ଥିତ ଇଣ୍ଟିଗ୍ରେଟେଡ୍ ପବ୍ଲିକ୍ ସର୍ଭିସ ସେଣ୍ଟର (ଆଇପିଏସସି)ରେ ସନ୍ଥକବି ଭୀମଭୋଇଙ୍କ ନାମରେ ଏକ ପାଠାଗାରକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଉଦଘାଟନ କରିବା ସହ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ସହିତ ରାଜ୍ୟରେ ଗ୍ରନ୍ଥାଗାର ଅଭିଯାନ ଆରମ୍ଭ ହେଲା। ରାଜ୍ୟର ସବୁ ସ୍ଥାନରେ, ଭୁବନେଶ୍ଵର ର ପ୍ରତ୍ୟେକ ଜୋନରେ ଗ୍ରନ୍ଥାଗାର ପ୍ରତିଷ୍ଠା କରାଯିବ। ସୂଚନା ଯୋଗ୍ୟ ଯେ ରାଜ୍ୟର ପ୍ରତ୍ୟେକ ସ୍ଥାନରେ ଗ୍ରନ୍ଥାଗାର ପ୍ରତିଷ୍ଠା କରିବା ପାଇଁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମଳନୀରେ ପ୍ରସ୍ତାବ ଦିଆ ଯାଇଥିଲା।












Click it and Unblock the Notifications