ଆଜି ଜାପାନ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ନିବେଶକ ସମ୍ମିଳନୀରେ ଦେବେ ଯୋଗ

cm naveen patnaik

ଆଜି ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ଆଜି ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିବେଶକ ସମ୍ମୀଳନୀରେ ଦେବେ ଯୋଗ । ଉଦ୍ୟୋଗୀଙ୍କ ସହ କରିବେ ଆଲୋଚନା । ପୁଞ୍ଜି ବିନିଯୋଗ କରିବା ପାଇଁ ପୁଞ୍ଜିପତିଙ୍କୁ କରିବେ ନିମନ୍ତ୍ରଣ ।

ଜାପାନର ଉଦ୍ୟୋଗୀଙ୍କ ସହ ଆଲୋଚନା କରିବେ

ସୂଚନା ଅନୁସାରେ, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଦିନିଆ ଜାପାନ ଗସ୍ତରେ ଯିବେ । ମୁଖ୍ୟମନ୍ତ୍ରୀ ଜାପାନ ରାଜଧାନୀ ଟୋକିଓରେ ଏକ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗଦେଇ ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ପାଇଁ ମୁଖ୍ୟମନ୍ତ୍ରୀ ଜାପାନର ଉଦ୍ୟୋଗୀଙ୍କ ସହ ଆଲୋଚନା କରିବେ । ସେହିପରି କ୍ୟୋଟ ଓ ଓସାକାରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ନବୀନ । ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଯାଉଥିବା ନେଇ ସୂଚନା ରହିଛି ।

ନିବେଶକାରୀଙ୍କ ସହ ୱାନ ଟୁ ୱାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଓଡ଼ିଶାରେ ଜାପାନର ବଡ଼ ବଡ଼ କମ୍ପାନୀ କିପରି ପୁଞ୍ଜିନିବେଶ କରିବେ ସେ ନେଇ ଗୁରୁତ୍ବ ଦିଆଯିବ । ବିଶେଷ କରି ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ, ଆଇଟି କ୍ଷେତ୍ରକୁ ଫୋକସ କରିବେ ମୁଖ୍ୟମନ୍ତ୍ରୀ । ଜାପାନରୁ ଓଡ଼ିଶାକୁ ଏସବୁ କ୍ଷେତ୍ରରେ ଅଧିକ ପୁଞ୍ଜି ଆଣିବାକୁ ନିବେଶକାରୀଙ୍କ ସହ ୱାନ ଟୁ ୱାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।

୫୦ରୁ ଅଧିକ କମ୍ପାନୀ ରାଜ୍ୟର ବିଭିନ୍ନ ସେକ୍ଟରରେ ବାଣିଜ୍ୟ କାରବାର କରୁଛନ୍ତି

ଉଲ୍ଲେଖଥାଉ କି, ରୋମ, ଦୁବାଇ ପରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୮ରେ ରାଜ୍ୟରେ ଅନୁଷ୍ଠିତ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଜାପାନ ପ୍ରତିନିଧିାମାନେ ଯୋଗଦେଇ ୫୦ରୁ ଅଧିକ କମ୍ପାନୀ ରାଜ୍ୟର ବିଭିନ୍ନ ସେକ୍ଟରରେ ବାଣିଜ୍ୟ କାରବାର କରୁଛନ୍ତି । ଆଗକୁ ଏହି ଧାରା ଅଧିକ ତ୍ବରାନ୍ବିତ ହେବ ବୋଲି ରାଜ୍ୟ ସରକାର ଆଶା ରଖିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+