ଆସନ୍ତାକାଲି ଜାପାନ ଯିବେ ମୁଖ୍ୟମନ୍ତ୍ରୀ, ଫୋକସରେ ଅଧିକ ଜାପାନୀ ପୁଞ୍ଜିନିବେଶ

CM Naveen Patnaik

ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜାପାନ ଗସ୍ତ । ମୁଖ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନ ଗସ୍ତରେ ଯିବେ ।

ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓରେ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗ ଦେବା ସହ କ୍ବୋଟୋ ଓ ଓସାକା ଭଳି ମହାନଗରୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗ ନେବେ । ମୁଖ୍ୟମନ୍ତ୍ରୀ କିଛି ସରକାରୀ ଓ ବ୍ୟାବସାୟିକ ବୈଠକରେ ଭାଗ ନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଓଡ଼ିଶାରେ ଜାପାନର ବଡ଼ ବଡ଼ କମ୍ପାନୀ କିପରି ପୁଞ୍ଜିନିବେଶ କରିବେ ସେ ନେଇ ଗୁରୁତ୍ବ ଦିଆଯିବ । ବିଶେଷ କରି ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ, ଆଇଟି କ୍ଷେତ୍ରକୁ ଫୋକସ କରିବେ ମୁଖ୍ୟମନ୍ତ୍ରୀ । ଜାପାନରୁ ଓଡ଼ିଶାକୁ ଏସବୁ କ୍ଷେତ୍ରରେ ଅଧିକ ପୁଞ୍ଜି ଆଣିବାକୁ ନିବେଶକାରୀଙ୍କ ସହ ୱାନ ଟୁ ୱାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଉଲ୍ଲେଖଥାଉ କି, ରୋମ ,ଦୁବାଇ ପରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆସନ୍ତା ୩ ତାରିଖରେ ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତ କରି ନିବେଶ ସମ୍ମିଳନୀରେ ସାମିଲ ହେବା ସହ ରୋଡ୍ ଶୋ' କରିବେ । ଦୁବାଇରୁ ୨୧ ହଜାର କୋଟି ଟଙ୍କାର ପୁଞ୍ଜି ଆସିବା ପରେ ଜାପାନରୁ ଅଧିକ ପୁଞ୍ଜି ଆଣିବା ପାଇଁ ପ୍ଲାନ୍ ରହିଛି । ଜାପାନର ବିଭିନ୍ନ ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ସହ ଆଇଟି ସେକ୍ଟର ପରିଦର୍ଶନ କରିବେ ଶିଳ୍ପ ବିଭାଗର ଟିମ୍ ।

ନୂଆ ଶିଳ୍ପନୀତି ଓ ଶିଳ୍ପାୟନ ପାଇଁ ରାଜ୍ୟ ସରକାର ଯୋଗାଇ ଥିବା ୱାନ ପ୍ଲସ ସୁବିଧା ସମ୍ପର୍କରେ ନିବେଶକାରୀଙ୍କୁ ବୁଝାଇବେ ମୁଖ୍ୟମନ୍ତ୍ରୀ । ଏବେ ଜାପାନର ୫୨ଟି କମ୍ପାନୀ ରାଜ୍ୟର ବିଭିନ୍ନ ସେକ୍ଟରରେ ବାଣିଜ୍ୟ କାରବାର କରୁଛନ୍ତି । ଆଗକୁ ଏହି ଧାରା ଅଧିକ ତ୍ବରାନ୍ବିତ ହେବ ବୋଲି ରାଜ୍ୟ ସରକାର ଆଶା ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+