ବାଲେଶ୍ୱରରେ ୧୮୦୬ କୋଟି ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ବାଲେଶ୍ୱର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୮୦୬ କୋଟି ଟଙ୍କାର ୧୯୧ଟି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ମିଶନ ଶକ୍ତି ଋଣ ସହାୟତା
ବାଲେଶ୍ୱର: ବାଲେଶ୍ୱର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୮୦୬ କୋଟି ଟଙ୍କାର ୧୯୧ଟି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ମିଶନ ଶକ୍ତି ଋଣ ସହାୟତା ପ୍ରଦାନ କରିଛନ୍ତି ନବୀନ ।

ଏହି ରାଶି ବାଲେଶ୍ୱର ଜିଲ୍ଲା ପ୍ରଶାସନ ଦ୍ୱାରା ନିଆଯାଇଥିବା ଅଭିନବ ପଦକ୍ଷେପ 'ଏକ ଗ୍ରାମ ପଞ୍ଚାୟତ ଏକ ଉତ୍ପାଦ' କାର୍ଯ୍ୟକ୍ରମକୁ ନୂତନ ପାହାଚରେ ପହଞ୍ଚାଇବାରେ ସହଯୋଗ କରିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି ।
ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏଭଳି ପ୍ରକଳ୍ପର ଶୁଭାରମ୍ଭ କରି ମୁଁ ବହୁତ ଖୁସି । ଶିକ୍ଷା, ସ୍ୱାସ୍ଥ୍ୟ ଓ ଭିତ୍ତିଭୂମି କ୍ଷେତ୍ରରେ ବାଲେଶ୍ୱର ସବୁଠି ଆଗରେ। ମା' ମାନଙ୍କ ସଫଳତା ମୋତେ ବହୁତ ଖୁସି ଦେଇଛି। ୨୨୦ କୋଟି ଟଙ୍କା ସହାୟତା ବଣ୍ଟନ କରି ବହୁତ ଖୁସି। ବିନା ସୁଧରେ ବାଲେଶ୍ୱରର ୬୦ ହଜାର ମା' ସୁବିଧା ପାଇବେ। ପ୍ରତି ପଞ୍ଚାୟତ ଗୋଟିଏ ଗୋଟିଏ ୟୁନିକ୍ ପ୍ରଡକ୍ଟ କରନ୍ତୁ, ଯାହା ଫଳରେ ପ୍ରତି ପଞ୍ଚାୟତର ସ୍ୱତନ୍ତ୍ର ପରିଚୟ ସୃଷ୍ଟି ହେବ ।
ଆଜି ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଦିନ ୧୧ଟା ୧୫ରେ ପୋଲିସ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ। ପରେ ସୋମନାଥପୁରର ନୂଆ ରେଲୱେ ଓଭରବ୍ରିଜ୍ ନିକଟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ରେଳ ଓଭର ବ୍ରିଜରେ ଚାଲି ଚାଲି ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ପୋଲିସ ରିଜର୍ଭ ପଡ଼ିଆରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ବାମପଦା ଜଉ କଣ୍ଢେଇ ଗ୍ରୁପର ସଦସ୍ୟ ଆଦିବାସୀ ମହିଳା ମାନେ ।












Click it and Unblock the Notifications