୨୯୯ ଟି ରୂପାନ୍ତରିତ ଅତ୍ୟାଧୁନିକ ଆମ୍ବୁଲାନ୍ସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ୨୪ଟି ନୂତନ ମୌଳିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ଏବଂ ୨୯୯ଟି ରୂପାନ୍ତରିତ ଆତ୍ୟାଧୁନିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ରାଜ୍ୟବାସୀଙ୍କ ପାଇଁ ଲୋକାର୍ପିତ କରିଛନ୍ତି । ଏହା ଦ୍ୱାରା ରାଜ୍ୟର ପ୍ରତ୍ୟେକ ବ୍ଲକକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ୨୦୧୩ ମାର୍ଚ୍ଚ ୫ ରେ ରାଜ୍ୟରେ ୧୦୮ ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଥିଲା ଏବଂ ବର୍ତ୍ତମାନ ସୁଦ୍ଧା ୬୨୪ଟି ଆମ୍ବୁଲାନ୍ସ ସାରା ରାଜ୍ୟରେ ୩୦ଟି ଜିଲ୍ଲାର ଲୋକଙ୍କୁ ମାଗଣା ସେବା ଯୋଗାଇ ଦେଇ ଆସୁଅଛି । ଏହି ୬୨୪ଟି ଆମ୍ବୁଲାନ୍ସ ମଧ୍ୟରୁ ୫୧୨ଟି ମୌଳିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ଓ ୧୧୨ଟି ଅତ୍ୟାଧୁନିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ । ଏହା ସହିତ ୬ଟି ବୋଟ୍ ଆମ୍ବୁଲାନ୍ସ ମଧ୍ୟ କାର୍ଯ୍ୟ କରୁଛି ।
ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ଆହୁରି ଉନ୍ନତି ଆଣିବା ପାଇଁ ୯୨ଟି ନୂଆ ଜରୁରୀକାଳୀନ ଆମ୍ବୁଲାନ୍ସ ପର୍ଯ୍ୟାୟକ୍ରମେ ଯୋଗାଇଦେବାପାଇଁ ବ୍ୟବସ୍ଥା ହୋଇଥିବାବେଳେ ସେଥିମଧ୍ୟରୁ ୨୪ଟି ନୂଆ ଆମ୍ବୁଲାନ୍ସ କିଣାଯାଇ ସାରିଛି । ଏଥି ପାଇଁ ୯.୬ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏହାଛଡା ୨୯୯ଟି ମୌଳିକ ଜୀବନରକ୍ଷାକାରୀ ଆମ୍ବୁଲାନ୍ସକୁ ରୂପାନ୍ତରିତ କରାଯାଇ ଅତ୍ୟାଧୁନିକ ଜୀବନରକ୍ଷାକାରୀ ଆମ୍ବୁଲାନ୍ସ ରେ ପରିଣତ କରାଯାଇ ଆଜିଠାରୁ କାର୍ଯ୍ୟକାରୀ କରାଗଲା । ଏହି ଉନ୍ନତିକରଣ ପରେ ରାଜ୍ୟରେ ମୋଟ ଅତ୍ୟାଧୁନିକ ଜାବନରକ୍ଷାକାରୀ ଆମ୍ବୁଲାନ୍ସ ସଂଖ୍ୟା ୪୧୧ ରେ ପହଞ୍ଚିଲା । ଏହି ଉନ୍ନତିକରଣ ପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ମୋଟ ୫୨ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି । ଏହା ଦ୍ୱାରା ପ୍ରତ୍ୟେକ ବ୍ଲକରେ ସର୍ବନିମ୍ନ ଗୋଟିଏ ଅତ୍ୟାଧୁନିକ ଜାବନରକ୍ଷାକାରୀ ଆମ୍ବୁଲାନ୍ସ ସେବା ଯୋଗାଇ ଦେଇପାରିବ ।
ଏହା ବ୍ୟତିତ ଗର୍ଭବତୀ ମା ଓ ଅସୁସ୍ଥ ଶିଶୁଙ୍କୁ ଡାକ୍ତରଖାନା ନେବା ଆଣିବା ନିମନ୍ତେ ୫୦୦ଟି ଜନନୀ ଏକ୍ସପ୍ରେସ୍ ଆମ୍ବୁଲାନ୍ସ ମଧ୍ୟ କାର୍ଯ୍ୟ କରୁଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୮୮ଲକ୍ଷ ରୁ ଉର୍ଦ୍ଧ୍ୱ ଲୋକ ବିଭିନ୍ନ ଆମ୍ବୁଲାନ୍ସ ସେବା ଦ୍ୱାରା ଉପକୃତ ହୋଇଛନ୍ତି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications