ରାଜ୍ୟ ଡାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ତଥ୍ୟ ଭିତ୍ତିକ ନିଷ୍ପତ୍ତି ଗ୍ରହଣ ବ୍ୟବସ୍ଥାକୁ ଆହୁରି ଦୃଢ଼ କରିବ ରାଜ୍ୟ ଡାସବୋର୍ଡ ଏବଂ ମୁଖ୍ୟମନ୍ତ୍ରୀ ଡାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ। ଏଥିରେ ଜନସାଧାରଣଙ୍କୁ ମିଳିବ ବିପୁଳ ଗୁଣାତ୍ମକ ତଥ୍ୟ । ସ୍ଵଚ୍ଛତା ପାଇଁ ଉଲେଖନୀୟ ଉଦ୍ୟମ ରାଜ୍ୟ ସରକାରଙ୍କ ପକ୍ଷରୁ ଡାଟା ଏବଂ ଆନାଲିଟିକ୍ସ ପରିଚାଳିତ ପ୍ଲାଟଫର୍ମ ରାଜ୍ୟ ଡାସବୋର୍ଡ ଲୋକାର୍ପିତ ହୋଇଛି ।

ଲୋକଙ୍କ ସୁବିଧା ପାଇଁ ତଥ୍ୟ ଭିତ୍ତିରେ ସରକାରୀ ଯୋଜନାଗୁଡ଼ିକର ତଦାରଖ ଏବଂ ଉତ୍ତମ ପରିଚାଳନା ଦିଗରେ ଏହା ବିଶେଷ ସହାୟକ ହେବ । ରାଜ୍ୟ ଡାସବୋର୍ଡରେ ୩ଟି ପ୍ରମୁଖ ବର୍ଗ ରହିଛି । ଯଥା- ମୁଖ୍ୟମନ୍ତ୍ରୀ ଡାସବୋର୍ଡ, ବିଭାଗ ଡାସବୋର୍ଡ ଏବଂ ପ୍ରଶାସନିକ ପଦକ୍ଷେପ ତଦାରଖ ପୋର୍ଟାଲ । ଏହି ବ୍ୟବସ୍ଥା ଦ୍ଵାରା 5T ଭିତ୍ତିରେ ବିଭିନ୍ନ ପ୍ରଶାସନିକ ବିଭାଗର କାର୍ଯ୍ୟଦକ୍ଷତା ମୂଲ୍ୟାୟନ ହେବ ।
ଏହି ଡାସବୋର୍ଡର ପ୍ରମୁଖ ବୈଶିଷ୍ଟ୍ୟ ହେଉଛି KPIs (Key Performance Indicators) ପ୍ରଦର୍ଶନ ମୂଲ୍ୟାଙ୍କନ ବ୍ୟବସ୍ଥା ଏବଂ କାର୍ଯ୍ୟର ଅଗ୍ରଗତି ଦର୍ଶାଉଥିବା ଏକ ଭିଜୁଆଲ ଡିସପ୍ଲେ । ଯାହା ସମୟୋଚିତ ପଦକ୍ଷେପ ନେବାରେ ବେଶ ସହାୟକ ହେବ । ବର୍ତ୍ତମାନ ଏଥିରେ ୩୦ ଟି ଭିନ୍ନ ଭିନ୍ନ ଡାସବୋର୍ଡ ମାଧ୍ୟମରେ ୧୬ଟି ବିଭାଗ ଯୋଡ଼ି ହୋଇଥିବାବେଳେ ପରବର୍ତ୍ତୀ ସମୟରେ ଅଧିକ ବିଭାଗକୁ ଏଥିରେ ଅନ୍ତର୍ଭୁକ୍ତ କରିବାକୁ ଯୋଜନା ରହିଛି । ବିଭାଗ ଗୁଡ଼ିକର କାର୍ଯ୍ୟଦକ୍ଷତା ଏବଂ ସେମାନଙ୍କ ଦ୍ଵାରା ପରିଚାଳିତ ଯୋଜନା ଗୁଡ଼ିକର ମୂଲ୍ୟାୟନ କରିବା ପାଇଁ ଏଥିରେ ଭିଜୁଆଲାଇଜେସନ୍ ଏବଂ ଆଡଭାନ୍ସଡ ଆନାଲିଟିକ୍ସର ବ୍ୟବହାର କରାଯାଇଛି । ରାଜ୍ୟ ଡାସବୋର୍ଡ ମଧ୍ୟରେ ମୁଖ୍ୟମନ୍ତ୍ରୀ ଡାସବୋର୍ଡ https://cmdashboard.odisha.gov.in/ ମାଧ୍ୟମରେ ସାଧାରଣ ଲୋକ ଏହି ଡାସବୋର୍ଡର ବ୍ୟବହାର କରିପାରିବେ ।












Click it and Unblock the Notifications