ମିଶନ ଶକ୍ତି ମା' ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନବୀନ ନିବାସଠାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ ।

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

Mission Shakti

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଆସ୍ଥା ରଖି ଜାତୀୟ ପତାକା ପ୍ରସ୍ତୁତ ପରି ଏକ ଗୁରୁଦାୟିତ୍ବ ଅର୍ପଣ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+