ରାଷ୍ଟ୍ରୀୟ ସମ୍ମାନ ସହ ଅଜୟ ପରିଡ଼ାଙ୍କ ଶେଷକୃତ୍ୟ ସଂପନ୍ନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଜୀବ ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ ପଦ୍ମଶ୍ରୀ ଡଃ ଅଜୟ ପରିଡ଼ାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏଥି ସିହତ ରାଷ୍ଟ୍ରୀୟ ସମ୍ମାନ ସହ ଅଜୟ ପରିଡ଼ାଙ୍କ ଶେଷକୃତ୍ୟ ସଂପନ୍ନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଭୁବନେଶ୍ୱର: ଜୀବ ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ ପଦ୍ମଶ୍ରୀ ଡଃ ଅଜୟ ପରିଡ଼ାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏଥି ସିହତ ରାଷ୍ଟ୍ରୀୟ ସମ୍ମାନ ସହ ଅଜୟ ପରିଡ଼ାଙ୍କ ଶେଷକୃତ୍ୟ ସଂପନ୍ନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପରିଡା ଜାତୀୟ ସ୍ତରରେ ଜଣେ ଉଚ୍ଚକୋଟୀର ବୈଜ୍ଞାନିକ ଥିଲେ । ଗବେଷଣା କ୍ଷେତ୍ରରେ ଓଡିଶାର ଜୀବ ବିଜ୍ଞାନ ପ୍ରତିଷ୍ଠାନକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ସ୍ବୀକୃତି ମିଳିବା କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା ।
ତାଙ୍କ ବିୟୋଗରେ ଦେଶ ଜଣେ ବିଶିଷ୍ଟ ବୈଜ୍ଞାନିକଙ୍କୁ ହରାଇଲା ବୋଲି ପ୍ରକାଶ କରିବା ସହିତ ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ସଂପାଦନ କରାଯିବ ବୋଲି ଘୋଷଣା କରିଛନ୍ତି । ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।
ପ୍ରକାଶଥାଉକି, ଆଜି ସକାଳେ ହୃଦଘାତରେ ପରିଡ଼ାଙ୍କ ମୃତ୍ୟୁ ହୋଇଥିଲା । ଜୀବ ବିଜ୍ଞାନ ପ୍ରତିଷ୍ଠାନ ବା ଆଇଏଲଏସ ଭୁବନେଶ୍ୱର ନିର୍ଦ୍ଦେଶକ ଥିଲେ ଅଜୟ ପରିଡ଼ା । ୧୩ ଜାନୁଆରୀ ୨୦୧୭ରୁ ଆଇଏଲଏସ ନିର୍ଦ୍ଦେଶକ ଦାୟିତ୍ୱରେ ଥିଲେ । ୨୦୧୪ରେ ପଦ୍ମଶ୍ରୀ ପାଇଥିଲେ ଅଜୟ । ଗୌହାଟୀକୁ ଏକ କନଫରେନ୍ସରେ ଯୋଗଦେବାକୁ ଯାଇଥିଲେ । କନଫରେନ୍ସ ପୂର୍ବରୁ ହୃଦଘାତରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା ।












Click it and Unblock the Notifications