ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଭୁବନେଶ୍ବର: ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ । ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନସେବାରେ ନିଜକୁ ନିୟୋଜିତ କରିଥିଲେ । ଗଞ୍ଜାମ ଜିଲ୍ଲା ତଥା ଓଡିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଥିଲା । ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

 CM Naveen Patnaik

ରାମକୃଷ୍ଣଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି । ଧର୍ମେନ୍ଦ୍ର କହିଛନ୍ତି, ବରିଷ୍ଠ ରାଜନେତା ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଅନୁଭବୀ ରାଜନୀତିଜ୍ଞ ଓ ଦକ୍ଷ ମଣିଷକୁ ହରାଇଲା । ସେହିଭଳି ପିସିସି ସଭାପତି ମଧ୍ୟ ରାମକୃଷ୍ଣଙ୍କ ବିୟୋଗରେ ଶୋକବ୍ୟକ୍ତ କରିବା ସହ ଶୋକସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି ।

ସୂଚନାଥାଉ କି, ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ ହୋଇଛି । ଏନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଜଣେ ବିଚକ୍ଷଣ ନେତା ଭାବେ ଜଣାଶୁଣା ଥିଲେ ରାମକୃଷ୍ଣ । କୋଦଳା ନିର୍ବାଚନ ମଣ୍ଡଳୀରେ ୪ଥର ବିଧାୟକ ଥିବା ରାମକୃଷ୍ଣଙ୍କୁ ଅନେକ ସମୟରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଦେଖିବାକୁ ମିଳିଛି । ରାମକୃଷ୍ଣ ଜନତା ଦଳ, ଜନତା ପାର୍ଟି ଓ ବିଜୁ ଜନତା ଦଳରୁ ବିଧାୟକ ହୋଇଛନ୍ତି । ବିଜୁ ପଟ୍ଟନାୟକଙ୍କ ସରକାର ସମୟରେ ପାୱାରଫୁଲ ମନ୍ତ୍ରୀ ଥିବା ରାମକୃଷ୍ଣ ନବୀନ ସରକାରରେ ମଧ୍ୟ ମନ୍ତ୍ରୀ ରହିଥିଲେ । ଏପରିକି ୧୯୯୬ରୁ ୧୯୯୭ ଯାଏଁ ବିରୋଧର ଦଳ ନେତା ରହିଥିଲେ ରାମକୃଷ୍ଣ । ରାଜ୍ୟରେ ବିଜେଡିର ଅଭ୍ୟୁଦୟ ହୋଇଥିବା ବେଳେ ନବୀନଙ୍କ ଅତି ଖାସ ନେତାଙ୍କ ଭିତରେ ରାମକୃଷ୍ଣଙ୍କ ନାଁ ଥିଲା । ଏପରିକି ଅନେକ ସମୟରେ ଉଭୟ ଏକାଠି ପ୍ରଚାର କରୁଥିବାର ଦେଖିବାକୁ ମିଳିଛି । ତେବେ ୨୦୧୪ରେ ରାମକୃଷ୍ଣ ବିଜେପିରେ ସାମିଲ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+