ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ : ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ
ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୟାପଲ୍ଲୀ ଘରେ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ । ଗଂଜାମ ଦିଗପହଣ୍ଡିରେ ହେବ ସୂର୍ଯ୍ୟ ପାତ୍ରଙ୍କ ଅନ୍ତିମ ସଂସ୍କାର ।
ଶୋକାକୂଳ ପରିବେଶ ଭିତରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଶେଷ ଦର୍ଶନ କରୁଛନ୍ତି ବିଭିନ୍ନ ଦଳର ରାଜନେତା ଓ ବିଶିଷ୍ଟ ବ୍ୟକ୍ତି । ସୂର୍ଯ୍ୟଙ୍କ ଶେଷ ଦର୍ଶନ ପାଇଁ ତାଙ୍କ ନୟାପଲ୍ଲୀ ସ୍ଥିତ ବାସଭବନରେ ଅନେକ ବ୍ୟକ୍ତିଙ୍କ ଭିଡ ଜମିଛି ।
ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଭାଙ୍ଗି ପଡ଼ିଛି ପୂରା ପରିବାର । ସୂର୍ଯ୍ୟଙ୍କ ଶବ ନିକଟରେ ଲୁହ ଗଡ଼ାଉଛନ୍ତି ସାରା ପରିବାର ।

ମରଶରୀରକୁ ଶଙ୍ଖ ଭବନକୁ ନିଆଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବ । ବିଧାନସଭା ପରିସରରେ ଗାର୍ଡ ଅଫ ଅନର ପ୍ରଦାନ କରାଯିବ । ଏହାପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ କରାଯିବ ।
ସେ ଜଣେ ଦକ୍ଷ ପ୍ରଶାସକ ତଥା ସଂଗଠକ ଥିଲେ ସୂର୍ଯ୍ୟ ପାତ୍ର । ଓଡ଼ିଶାର ବିକାଶରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା । ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଚକ୍ଷୁ ଦାନ ହୋଇଛି । ଡାକ୍ତରୀ ଟିମ୍ ଆଖି ନେବା ସହ ପ୍ରମାଣପତ୍ର ଦେଇଛନ୍ତି ।
୭୪ ବର୍ଷ ବୟସରେ ଘରୋଇ ହସପିଟାଲରେ ତାଙ୍କର ପରଲୋକ ହୋଇଛି । ଗତକାଲି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିଲା । ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
-
ବ୍ରିଟେନକୁ ସିଧାସଳଖ ଚେତାବନୀ ଦେଲା ଇରାନ, କହିଲା ଆମେରିକାକୁ ସାହାଯ୍ୟ କରିବା ପଡ଼ିବ ମହଙ୍ଗା -
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications