Biju Patnaik Birth Anniversary: ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
Biju Patnaik Birth Anniversary: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି 108 ତମ ଜନ୍ମବାର୍ଷିକୀ । ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ବିଜୁ ପଟ୍ଟନାୟକ ପାର୍କରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି । ସେଠାକୁ ଯାଇ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସେହିପରି ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ 'ଏକ୍ସ'ରେ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି । ସମାଜର ସବୁ ବର୍ଗର ଲୋକଙ୍କୁ ନେଇ ବିକାଶକୁ ବଳିଷ୍ଠ କରିବା ଲାଗି ସେ ଆଙ୍କିଥିବା ନକ୍ସା ଏବେ ମଧ୍ୟ ଆମକୁ ବାଟ ଦେଖାଉଛି । ଆସନ୍ତୁ ସେହି ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ଵିତ କରିବା ।

ନୂଆ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ଼ କରିବା । ବିଜେଡି ପାର୍ଟି ଅଫିସରେ ବିଜୁ ଜୟନ୍ତୀ ପାଳିତ ହୋଇଛି । ବିଜେଡିର ବରିଷ୍ଠ ନେତା ଓ କର୍ମୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସମ୍ପର୍କରେ ଆଲୋକପାତ କରିଛନ୍ତି ।
ଏହି ଅବସରରେ ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ବିଜେଡି ପାର୍ଟି ଅଫିସରେ ବିଜୁ ଜୟନ୍ତୀ ପାଳିତ ହୋଇଯାଇଛି । ବିଜେଡିର ବରିଷ୍ଠ ନେତା ଓ କର୍ମୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସମ୍ପର୍କରେ ଆଲୋକପାତ କରିଥିଲେ ।
ସେହିଭଳି ଏୟାରପୋର୍ଟ ଛକରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ବିଜେଡିର ବରିଷ୍ଠ ନେତା ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ମନ୍ତ୍ରୀ ଅଶୋକ ପଣ୍ଡା, ସାଂସଦ ସସ୍ମିତ ପାତ୍ର, ସୁଲତା ଦେଓ, ବିଧାୟକ ସୁଶାନ୍ତ ରାଉତ, ସଞ୍ଜୟ ଦାସବର୍ମା ପ୍ରମୁଖ ସେଠାରେ ଉପସ୍ଥିତ ଥିଲେ ।












Click it and Unblock the Notifications