ପବିତ୍ର ଅକ୍ଷୟ ତୃତୀୟା: ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ଭୁବନେଶ୍ୱର ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହାତରେ ଲଙ୍ଗଳ ଧରି ଜଗା ବଳିଆ ବଳଦ ଦ୍ୱାରା ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସାରା ରାଜ୍ୟରେ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ପାଳନ କରାଯାଉଛି । କୃଷକ ଆଜି ଅମୃତ ବେଳାରେ ଅକ୍ଷିମୁଠି ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ ।

ଆଜିର ଏହି ପବିତ୍ର ଦିନରେ ଓୟୁଏଟି ପରିସରରେ ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ ଦେଇ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏହି କାର୍ଯ୍ୟକ୍ରମରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କୃଷି ବିଭାଗର ପ୍ରମୁଖ ସଚିବ ଅରିବିନ୍ଦ ପାଢୀ, ପ୍ରସନ୍ନ ପାଟ୍ଟଶାଣୀ ପ୍ରମୁଖ ଉପସ୍ଥିତ ଥିଲେ । ଅନ୍ୟପଟେ ଖୋର୍ଦ୍ଧା ଛତାବରରେ ଅଖିମୁଠି ଅନୁକୂଳ କରିଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ ।

cm_naveen patnaik

କୃଷି ଓ କୃଷକର ବିକାଶ ପାଇଁ ରାଜ୍ୟ ସରକାର ସର୍ବଦା ଗୁରୁତ୍ୱ ଦେଇଆସୁଛନ୍ତି । ରାଜ୍ୟରେ ଚାଷର ଉନ୍ନତି ପାଇଁ ସରକାରଙ୍କ ବିଭିନ୍ନ ଯୋଜନା ରହିଥିବା ବେଳେ ବିଭିନ୍ନ ଉନ୍ନତିମୂଳକ ପଦକ୍ଷପ ମଧ୍ୟ ନିଆଯାଉଛି । କିଛିଦିନ ପୂର୍ବେ ରାଜ୍ୟ ସରକାଙ୍କ ତରଫରୁ କାଳିଆ ଯୋଜନାର ଅର୍ଥ ଚାଷିଙ୍କୁ ପ୍ରଦାନ କରାଯାଇଥିଲା ।

cm

ଏହାପରେ ମୁଖ୍ୟମନ୍ତ୍ରୀ ଲୋକ ସେବା ଭବନ ଆସି ସେଠାରେ ମିଲଟ ଶକ୍ତି କାଫେ ଲୋକାର୍ପିତ କରିଥିଲେ। ପୁଷ୍ଟି ହୀନତା ନିୟନ୍ତ୍ରଣରେ ମାଣ୍ଡିଆ ଓ ଅନ୍ୟାନ୍ୟ ମିଲେଟ୍ ଖାଦ୍ୟ ଶସ୍ୟ ର ଗୁରୁତ୍ଵ ଅନୁଭବ କରି ରାଜ୍ୟ ସରକାର ମିଲେଟ୍ ମିଶନ କାର୍ଯ୍ୟକାରୀ କରିଛନ୍ତି । ରାଜ୍ୟରେ ବର୍ତମାନ ସୁଦ୍ଧା ୧୪୨ ଟି ମିଲେଟ୍ outlet ଖୋଲା ଯାଇ ସାରିଲାଣି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ 'କୃଷି ସମୀକ୍ଷା କେନ୍ଦ୍ର'ର ଉଦଘାଟନ ମଧ୍ୟ କରିଥଲେ। ରାଜ୍ୟ କୃଷି ଭବନରେ ଏହି କେନ୍ଦ୍ର ଏକ 'central command and control system ' ଭାବେ କାର୍ଯ୍ୟ କରିବ। କମ୍ପ୍ୟୁଟର ଓ ସୂଚନା ପ୍ରଯୁକ୍ତିର ପ୍ରୟୋଗରେ ଏଠାରେ ଏହା କ୍ଷେତ୍ର ସ୍ତରରୁ ବିଭିନ୍ନ (real time information ) ସୂଚନା ବାସ୍ତବ ସମୟରେ ହାସଲ କରି ନିଷ୍ପତ୍ତି ନେବାରେ ସହାୟତା କରି ପାରିବ। ବିଭିନ୍ନ ଯୋଜନାର ସଫଳ ରୂପାୟନରେ ଏବଂ ଚାଷୀଙ୍କୁ ସହାୟତା କରିବାରେ ଏହି କେନ୍ଦ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ରାଜ୍ୟ ସରକାରଙ୍କ ୫ ଟି ଆଭିମୁଖ୍ୟରେ ଏହି କେନ୍ଦ୍ର ସ୍ଥାପନ କରା ଯାଇଛି। କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ ମୁଖ୍ୟ ମନ୍ତ୍ରୀଙ୍କୁ ଏହି କେନ୍ଦ୍ରର କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ ।

ଏହା ସହିତ ଲୋକ ସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ଶିଶୁ ସନ୍ତାନ ମାନଙ୍କ ପାଇଁ ଏକ creche 'କଳିକା' ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିଲେ। ଏଥିରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବର୍ତମାନ ୨୦ ଜଣ ଶିଶୁ ରହିବାର ବ୍ୟବସ୍ଥା କରାଯାଇଛି ।

ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ ଓ ମହିଳା ଓ ଶିଶୁ ବିକାଶ ସଚିବ ଶୁଭା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+