Get Updates
Get notified of breaking news, exclusive insights, and must-see stories!

ମାଲକାନଗିରିରେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟକାର୍ଡ

ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମାଲକାନଗିରିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂସ୍କୃତି ଭବନରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟକାର୍ଡ (BSKY) ଶୁଭାରମ୍ଭ କାର୍ଯ୍ୟକ୍ରମ ରହିଛି ।

ମାଲକାନଗିରି: ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମାଲକାନଗିରିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂସ୍କୃତି ଭବନରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟକାର୍ଡ (BSKY) ଶୁଭାରମ୍ଭ କାର୍ଯ୍ୟକ୍ରମ ରହିଛି । ଶୁଭାରମ୍ଭ ପରେ ମାଲକାନଗିରି ଜିଲ୍ଲାରେ ପ୍ରଥମେ ବିତରଣ କରାଯିବ ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟକାର୍ଡ

ଆଉ କିଛି ସମୟ ଭିତରେ ଡିଜିଟାଲ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଶୁଭ ଉନ୍ମୋଚନ କରାଯିବ। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ଜିଲ୍ଲାରେ ସର୍ବମୋଟ ୧ ଲକ୍ଷ ୫୫ ହଜାର ୮୨୩ କାର୍ଡ ବଣ୍ଟନ କରାଯିବ । କାର୍ଡଧାରୀଙ୍କ ପାଇଁ ୫ ଲକ୍ଷରୁ ୧୦ ଲକ୍ଷ ଯାଏଁ ସ୍ୱାସ୍ଥ୍ୟ ବୀମା ରହିବ। କାଲିମେଳା ବ୍ଲକରେ ସର୍ବାଧିକ ୩୬ ହଜାର ୮୬୨ ଜଣ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯିବ। ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମ ସମେତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସଫଳ କରିବାକୁ ପ୍ରସ୍ତୁତି ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପୋଲିସ ବିଭାଗ ପଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଆସନ୍ତାକାଲିଠୁ ୨୫ ତାରିଖ ମଧ୍ୟରେ ସମସ୍ତ କାର୍ଡ ବଣ୍ଟନ ପାଇଁ ଲକ୍ଷ୍ୟ ରଖାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+