ପ୍ରତି ଶୁଭେଚ୍ଛୁଙ୍କୁ ଧନ୍ୟବାଦ ଜଣାଉଛନ୍ତି ନବୀନ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଜନସେବାରେ ୨୫ ବର୍ଷ ଉତ୍ସର୍ଗ କରିଛନ୍ତି ଦେଶ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ । ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ମୁଖ୍ୟମନ୍ତ୍ରୀ ପଦବୀରେ ବସିବାରେ କୌଣସି ଭାରତୀୟ ରାଜ୍ୟର ଦୀର୍ଘତମ ସେବାୟତ ନବୀନ ପଟ୍ଟନାୟକ ।
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଜନସେବାରେ ୨୫ ବର୍ଷ ଉତ୍ସର୍ଗ କରିଛନ୍ତି ଦେଶ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ । ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ମୁଖ୍ୟମନ୍ତ୍ରୀ ପଦବୀରେ ବସିବାରେ କୌଣସି ଭାରତୀୟ ରାଜ୍ୟର ଦୀର୍ଘତମ ସେବାୟତ ନବୀନ ପଟ୍ଟନାୟକ । ଆଜି (ରବିବାର) ମୁଖ୍ୟମନ୍ତ୍ରୀଙ୍କୁ 76 ବର୍ଷ ପୂରି77 ଚାଲିଲା । ଜନ୍ମଦିନ ପାଇଁ ନବୀନ ନିବାସକୁ ଆସିବା ବାରଣ ଥିବାବେଳେ ସୋସିଆଲ ମିଡିଆରେ ଛୁଟୁଛି ଶୁଭେଚ୍ଛାର ସୁଅ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଠାରୁ ଆରମ୍ଭ କରି କେନ୍ଦ୍ର ଆଇନ ମନ୍ତ୍ରୀ ଜଷ୍ଟିସ କିରେନ ରିଜିଜୁ, ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା, ଶିକ୍ଷା ମନ୍ତ୍ରୀ ତଥା ଅନେକ ରାଜନୈତିକ ବ୍ୟକ୍ତି ବିଶେଷ ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଗ୍ରାହକ ବ୍ୟାପାର ଏବଂ ଖାଦ୍ୟ ଏବଂ ଜନସାଧାରଣ ବଣ୍ଟନ ଏବଂ ବୟନଶିଳ୍ପ ପୀୟୁଷ ଗୋୟଲ, କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରୀ ସୋମ ପ୍ରକାଶ, କେନ୍ଦ୍ର ରାସାୟନିକ ଓ ସାର ମନ୍ତ୍ରୀ ଭଗବନ୍ତ ଖୁବା, ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱସର୍ମା, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବାସଭାରାଜ ଏସ ବୋମ୍ମାଇ, ମଧ୍ୟପ୍ରଦେଶର ସିଏମ ଶିବରାଜ ସିଂ ଚୌହାନ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମୁଖତାର ଅବ୍ବାସ ନାକଭି, ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରୀଙ୍କ ଲକ୍ଷ ଲକ୍ଷ ଶୁଭେଚ୍ଛୁ ଏବଂ ପ୍ରଶଂସକ ନବୀନଙ୍କୁ ଶୁଭେଚ୍ଛା ଜାଣାଇଛନ୍ତି । ତେବେ ଗୁରୁତ୍ବପୂର୍ଣ୍ଣ କଥା ହେଲା, ପ୍ରତିଟି ଶୁଭେଚ୍ଛା ବାର୍ତ୍ତା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜ୍ଞାପନ କରିଛନ୍ତି ।
ଏଠାରେ ଉଲ୍ଲେଖ କରିବା ପ୍ରଯୁଜ୍ୟ ଯେ, ମୁଖ୍ୟମନ୍ତ୍ରୀ ଆଜି ହାଇଦ୍ରାବାଦ ଗସ୍ତରେ ଯାଉଛନ୍ତି । ଆସନ୍ତାକାଲି ହେବାକୁ ଥିବା ଓଡ଼ିଶା ଇନଭେଷ୍ଟର୍ସ ମିଟରେ ଯୋଗ ଦେବେ । ତେଣୁ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଓଡ଼ିଶାବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସର୍ବଦା ଋଣୀ ରହିବେ ବୋଲି କହିଛନ୍ତି ।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications