Get Updates
Get notified of breaking news, exclusive insights, and must-see stories!

5T ଅଧୀନରେ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ, ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ କମ୍ପଲେକ୍‌ସ ଗସ୍ତ କରି ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ବିଶେଷତଃ ନିର୍ମଣାଧୀନ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି ।

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ କମ୍ପଲେକ୍‌ସ ଗସ୍ତ କରି ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ବିଶେଷତଃ ନିର୍ମଣାଧୀନ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ ହେଉଛି ଦେଶର ସର୍ବ ପ୍ରଥମ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ ।

CM Naveen Patnaik

ମୁଖ୍ୟମନ୍ତ୍ରୀ ଏହାର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରି କହିଛନ୍ତି ଯେ ‌ଆଥଲେଟ ମାନଙ୍କ ପାଇଁ ଏହି ଇନ୍‌ଡୋର ସୁବିଧା ଦେଶରେ ଆଥଲେଟିକ୍‌ ଖେଳର ବିକାଶକୁ ଜୋରଦାର କରିବ ଏବଂ ଏହି ଷ୍ଟାଡିଅମ ଆଗାମୀ ଦିନରେ ଆଥଲେଟିକ ଚମ୍ପିଆନ ସୃଷ୍ଟି କରିବାରେ ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିବ ।

ଏହି ଷ୍ଟାଡିଅମଟି ୧୨୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ କରାଯାଉଛି ଏବଂ ଚଳିତ ୨୦୨୨ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି ଜଣାଯାଇଛି । ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଆଥଲେଟିକ କ୍ରୀଡା ଅନୁଷ୍ଠିତ ହେବ ଏବଂ ଖେଳାଳୀମାନେ ସାରା ବର୍ଷ ତମାମ ଖେଳ ଅଭ୍ୟାସ ଜାରି ରଖିପାରିବେ । ଶହେ ଜଣ ଖେଳାଳୀଙ୍କୁ କୋଚିଂ ଦେବା ପାଇଁ ଏଥିରେ ଆବାସିକ ସୁବିଧା ମଧ୍ୟ ରହିଛି।

ଏହାପରେ ମୁଖ୍ୟମନ୍ତ୍ରୀ ନିର୍ମଣାଧୀନ ଟେନିସ ସେଣ୍ଟର ପ୍ରକଳ୍ପ ମଧ୍ୟ ପ୍ରଦର୍ଶନ କରିଥିଲେ। ଏହି ଟେନିସ୍‌ ସେଣ୍ଟର ଆଇଟିଏଫ ଟୁର୍ଣ୍ଣାମେଣ୍ଟ ଓ ଡେଭିସ କପ ଭଳି ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡା ଅନୁଷ୍ଠିତ ହେବାର ସୁବିଧା ଉପଲବ୍ଧ ହେବ ।

ରାଜ୍ୟ ସରକାରଙ୍କ 5T କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡା ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ ଅଧୀନରେ ଏହିସବୁ କ୍ରୀଡା ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହାଦ୍ବାରା ରାଜ୍ୟର କ୍ରୀଡା କ୍ଷେତ୍ରରେ ରୂପାନ୍ତର ଆସିପାରିବ ବୋଲି ଆଶା କରାଯାଉଛି । ବର୍ତ୍ତମାନ କଳିଙ୍ଗ ଷ୍ଟାଡିଅମ୍‌ କମ୍ପେଲେକ୍‌ସରେ ଇନ୍‌ଡୋର ଆଥଲେଟିକ ଷ୍ଟାଡିଅମ ଓ ଟେନିସ ସେଣ୍ଟର ସହିତ ଇନ୍‌ଡୋର ଆକ୍ବାଟିକ୍‌ସ ଷ୍ଟାଡିଅମ, ହକି HPC Building, ଓ ଷ୍ଟାଫ ମାନଙ୍କ ପାଇଁ ଆବାସିକ ବ୍ୟବସ୍ଥା ଆଦି ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ନିର୍ମାଣ ଚାଲିଛି ।

ଏହାପରେ ମୁଖ୍ୟମନ୍ତ୍ରୀ କଳିଙ୍ଗ ଷ୍ଟାଡିଅମର ମୁଖ୍ୟ ଫୁଟବଲ୍‌ ପଡିଆରେ ଅନୁଷ୍ଠିତ ହେଉଥିବା ଓଡିଶା ମହିଳା ଫୁଟବଲ ଲିଗ୍‌ର ମ୍ୟାଚ ଦେଖିଥିଲେ ଏବଂ ଖେଳାଳୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ।

ପରେ ମୁଖ୍ୟମନ୍ତ୍ରୀ ଭାରତୀୟ ଜାତୀୟ ହକୀ ଦଳର ଉଭୟ ପୁରୁଷ ଓ ମହିଳା ଖେଳାଳୀ ମାନଙ୍କୁ ଭେଟି ସେମାନଙ୍କର ରହଣୀ ଓ ଖେଳ ଅଭ୍ୟାସ ସଂପର୍କରେ ପଚାରି ବୁଝିଥିଲେ। ହକୀ କ୍ରୀଡାକୁ ମୁଖ୍ୟମନ୍ତ୍ରୀ ଯେଉଁ ସହଯୋଗ ଯୋଗାଇ ଦେଇଛନ୍ତି, ସେଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଗାମୀ ପ୍ରୋ-ଲିଗ୍‌ ମ୍ୟାଚ ପାଇଁ ଶୁଭେଚ୍ଛା ଜଣାଇଥିଲେ ଏବଂ ଆଗାମୀ ଏସିଆନ ଓ କମନୱେଲ୍‌ଥ ଗେମ୍‌ସରେ ଦେଶ ପାଇଁ ସ୍ବର୍ଣ୍ଣ ପଦକ ଆଣିବା ପାଇଁ ଲକ୍ଷ୍ୟ ରଖିବାକୁ ପରାମର୍ଶ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+