ଆଜି ୬ ହଜାର ୮୯୧ ହାଇସ୍କୁଲ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ
ବିଭିନ୍ନ ସ୍କୁଲରେ ନବ ନିଯୁକ୍ତ ପାଇଥିବା ୬ ହଜାର ୮୯୧ ଶିକ୍ଷକଙ୍କ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମଠାରେ ଅପରାହ୍ନରେ ଅନୁଷ୍ଠିତ ହେବ । ଏଥିରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ୱର: ବିଭିନ୍ନ ସ୍କୁଲରେ ନବ ନିଯୁକ୍ତ ପାଇଥିବା ୬ ହଜାର ୮୯୧ ଶିକ୍ଷକଙ୍କ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମଠାରେ ଅପରାହ୍ନରେ ଅନୁଷ୍ଠିତ ହେବ । ଏଥିରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଏଥି ସହିତ ଶିକ୍ଷକଙ୍କୁ ଶିକ୍ଷକତାର ଗୁରୁମନ୍ତ୍ର ଦେବେ ନବୀନ ।

ହାଇସ୍କୁଲ ରୂପାନ୍ତରଣରେ ଭିତ୍ତିଭୂମିର ବିକାଶ ପରେ ଏବେ ଶିକ୍ଷକ ନିଯୁକ୍ତିକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ବିଦ୍ୟାଳୟ ରୂପାନ୍ତରଣ ଭଳି ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ମଧ୍ୟ ରାଜ୍ୟ ସରକାର ବ୍ୟାପକ ପରିବର୍ତ୍ତନ ଓ ସ୍ୱଚ୍ଛ ପଦ୍ଧତି ଅବଲମ୍ବନ କରିଛନ୍ତି। ରାଜ୍ୟରେ ୧୧୪୦୩ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସିବିଟି ମାଧ୍ୟମରେ ଶିକ୍ଷକଙ୍କ ଦକ୍ଷତା ଅନୁଯାୟୀ ଶିକ୍ଷକଙ୍କୁ ଚୟନ କରାଯାଇଥିବାବେଳେ ତିନି ପର୍ଯ୍ୟାୟରେ ସେମାନଙ୍କ ଡକ୍ୟୁମେଣ୍ଟ ଯାଞ୍ଚ କରାଯାଇଛି।
ସୂଚନା ଅନୁସାରେ ଅପରାହ୍ଣ ୧ଟା ସୁଦ୍ଧା ଶିକ୍ଷକମାନେ କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିବେ। ସେମାନଙ୍କ ଯିବା ଆସିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ସମସ୍ତ ଶିକ୍ଷକ ଡ୍ରେସକୋଡ଼ରେ ଆସିବା ସହିତ ଷ୍ଟାଡିୟମରେ ପ୍ରବେଶ ପାଇଁ ସେମାନଙ୍କୁ ଅସ୍ଥାୟୀ ପରିଚୟ ପତ୍ର ପ୍ରଦାନ କରାଯାଇଛି।
ତେବେ କଳାହାଣ୍ଡି ଜିଲ୍ଲାରେ ସର୍ବାଧିକ ୫୭୩ ଜଣ ଶିକ୍ଷକ ନିଯୁକ୍ତି ପାଇଥିବା ବେଳେ ବାଲେଶ୍ୱରରେ ୫୪୯, ଗଞ୍ଜାମରେ ୪୧୩, ମୟୂରଭଞ୍ଜରେ ୪୨୨ ଆଦିକୁ ମିଶାଇ ସର୍ବମୋଟ ୬,୮୯୧ ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ଷ୍ଟାଡିୟମ୍କୁ ପ୍ରବେଶ ବେଳେ ଶିକ୍ଷକମାନେ କେବଳ ମୋବାଇଲ୍, ଆଧାରକାର୍ଡ଼, ପର୍ସ ଓ ପରିଚୟ ପତ୍ର ସାଙ୍ଗରେ ନେବା ପାଇଁ ଅନୁମତି ଦିଆଯିବ। ଏହି କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସମେତ ବିଭାଗୀୟ ସଚିବ, ନିର୍ଦ୍ଦେଶକ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।












Click it and Unblock the Notifications