ଆସନ୍ତାକାଲି ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
: ଆସନ୍ତାକାଲି ଅପରାହ୍ନରେ ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ସ୍ଥିତି ସମୀକ୍ଷା କରିବା ସମୟରେ ସ୍ୱାସ୍ଥ୍ୟମନ୍ତ୍ରୀ, ମେଡିକାଲ କଲେଜ କର୍ତ୍ତୃପକ୍ଷ ଓ ସଚିବଙ୍କ ସହ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବାର ସ
ଭୁବନେଶ୍ବର: ଆସନ୍ତାକାଲି ଅପରାହ୍ନରେ ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ସ୍ଥିତି ସମୀକ୍ଷା କରିବା ସମୟରେ ସ୍ୱାସ୍ଥ୍ୟମନ୍ତ୍ରୀ, ମେଡିକାଲ କଲେଜ କର୍ତ୍ତୃପକ୍ଷ ଓ ସଚିବଙ୍କ ସହ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବାର ସୂଚନା ମିଳିଛି ।

ଆଗାମୀ ଦିନ ପାଇଁ କୋଭିଡ ମୁକାବିଲା ରଣନୀତି ପ୍ରସ୍ତୁତ କରିବେ ମୁଖ୍ୟମନ୍ତ୍ରୀ। ଅନ୍ୟପକ୍ଷରେ ଲୋକଙ୍କୁ ମାସ୍କ ପିନ୍ଧିବା, କରୋନା ଟିକା ନେବାକୁ ଅପିଲ କରାଯାଇଛି। ଟେଷ୍ଟିଙ୍ଗ ବଢାଇବାକୁ ମଧ୍ୟ ଗୁରୁତ୍ବ ଦିଆଯାଇଛି। କରୋନାକୁ ପୁଣି ଥରେ ହରାଇବା ପାଇଁ ସବୁ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।
ପୂର୍ବରୁ କେନ୍ଦ୍ର ସରକାରଙ୍କ ଦ୍ୱାରା ଦେଶରେ କରୋନାର ସ୍ଥିତି ସମୀକ୍ଷା କରାଯାଇ ଥିବାବେଳେ ବର୍ତ୍ତମାନ ରାଜ୍ୟ ସରକାର ରାଜ୍ୟର କରୋନା ସ୍ଥିତି ସମୀକ୍ଷା କରିବାକୁ ପ୍ରସ୍ତୁତ ହୋଇଛନ୍ତି। କରୋନାକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବା ସହ କରୋନା ନିୟମାବଳୀ ମାନି ରହିବାକୁ ଲୋକମାନଙ୍କ ପରାମର୍ଶ ଦିଆଯାଇଛି।
ଉଲ୍ଲେଖଥାଉ କି, ବିଭିନ୍ନ ଦେଶରେ କରୋନା ବିସ୍ଫୋରଣ ଦେଖିବାକୁ ମିଳିଛି । ଚିନ୍ତା ବଢ଼ାଇ ଦେଇଛି କରୋନାର ନୂଆ ଭୂତାଣୁ । ଚୀନରେ ହୁ ହୁ ବଢୁଥିବା କରୋନା ମହାମାରୀକୁ ନେଇ ସାରା ବିଶ୍ୱବାସୀ ଚିନ୍ତାରେ। ଭାରତରେ ଚୀନ ଫେରନ୍ତା ପଜିଟିଭ ଚିହ୍ନଟ ହେବା ପରେ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି ଭାରତ ସରକାର।












Click it and Unblock the Notifications