ଆସନ୍ତା ୨୮ରୁ ଦୁଇଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ ପରେ ଦୁଇଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୨୮ରୁ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ଆରମ୍ଭ ହେବ ।
ଭୁବନେଶ୍ୱର: ମୁମ୍ବାଇ ପରେ ଦୁଇଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୨୮ରୁ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ଆରମ୍ଭ ହେବ । ଏହି ଗସ୍ତ କାଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ୟୋଗପତି ମାନଙ୍କୁ ସିଧାସଳଖ ଭେଟିବା ସହ ସେମାନଙ୍କୁ ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ-୨୦୨୨ ପାଇଁ ଆମନ୍ତ୍ରଣ କରିବେ ।

ସୂଚନାଥାଉ କି, ଚଳିତ ବର୍ଷ ନଭେମ୍ବର ୩୦ ତାରିଖରୁ ଡିସେମ୍ବର ୪ ଯାଏଁ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୨ ହେବାକୁ ଯାଉଛି । ଏହି ସମ୍ମିଳନୀକୁ ନିବେଶକଙ୍କୁ ନିମନ୍ତ୍ରଣ କରିବା ସହ ରାଜ୍ୟରେ ଥିବା ପୁଞ୍ଜିନିବେଶ ସୁଯୋଗର ପ୍ରଚାର ପ୍ରସାର ପାଇଁ ଏହି ଗସ୍ତ କରୁଛନ୍ତି ନବୀନ ।
ବେଙ୍ଗାଲୁରୁରେ ହେବାରୁ ଥିବା ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବେ ବୋଲି ଜଣାପଡ଼ିଛି। ବିଶେଷ କରି ଆଇଟି ଶିଳ୍ପ ଏବଂ ଅଟୋ ମୋବାଇଲ କ୍ଷେତ୍ରରେ ରାଜ୍ୟରେ ଯେପରି ଅଧିକ ପୁଞ୍ଜିନିବେଶ ହୋଇପାରିବ, ସେ ନେଇ ଆଲୋଚନା କରିବେ। ଏହା ବ୍ୟତୀତ ଅନ୍ୟାନ୍ୟ କ୍ଷେତ୍ର(ଖାଦ୍ୟ ପ୍ର୍କ୍ରିୟାକରଣ, ମେଟାଲ ଅଣ୍ଡ ମେଟାଲ ଡାଉନଷ୍ଟ୍ରିମ୍, ଲଜିଷ୍ଟିକ୍, ପ୍ଲାଷ୍ଟିକ, କେମିକାଲ) କ୍ଷେତ୍ରରେ ନିବେଶ ନେଇ ଶିଳ୍ପପତିଙ୍କ ସହ ଆଲୋଚନା କରାଯିବ।












Click it and Unblock the Notifications