Get Updates
Get notified of breaking news, exclusive insights, and must-see stories!

ଫିଫା ମହିଳା ଫୁଟବଲ ବିଶ୍ୱକପର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଫିଫା ମହିଳା ଫୁଟବଲ ବିଶ୍ୱକପର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ । କଳିଙ୍ଗ ଷ୍ଟାଡିୟମରେ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର: ଫିଫା ମହିଳା ଫୁଟବଲ ବିଶ୍ୱକପର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ । କଳିଙ୍ଗ ଷ୍ଟାଡିୟମରେ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ବିଶ୍ୱକପ ଟ୍ରଫିର ମଧ୍ୟ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କିକ୍ ଅଫ୍ ଦ ଡ୍ରିମ କାର୍ଯ୍ୟକ୍ରମରେ ଏହି ଲୋଗୋ ଓ ଟ୍ରଫି ଉନ୍ମୋଚନ କରିଛନ୍ତି ନବୀନ ।

CM Naveen Patnaik

ଅଣ୍ଡର-୧୭ ମହିଳା ଫୁଟବଲ୍ ବିଶ୍ବକପର ମ୍ୟାଚ ଭୁବନେଶ୍ବର, କୋଲକାତା ଏବଂ ଅହମ୍ମଦାବଦରେ ଖେଳାଯିବ । କଳିଙ୍ଗ ଷ୍ଟାଡିୟମରେ ଅକ୍ଟୋବର ୧୧ରେ ଉଦଘାଟନୀ ମ୍ୟାଚ ଖେଳାଯିବ । ଏହାପରେ ୧୪ ଏବଂ ୧୭ରେ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଫିଫା ବିଶ୍ବକପ୍ ମ୍ୟାଚ୍ ଅନୁଷ୍ଠିତ ହେବ । ମ୍ୟାଚକୁ ଷ୍ଟାଡିୟମରେ ବସି ଦେଖିପାରିବେ ଦର୍ଶକ । ଚଳିତ ମାସ ଶେଷ ଆଡ଼କୁ ଟିକେଟ ବିକ୍ରି ଆରମ୍ଭ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+