ଆଜି ମିଳିବ କାଳିଆ ସହାୟତା ଅର୍ଥରାଶି; ଚାଷୀଙ୍କ ଆକାଉଣ୍ଟକୁ ସିଧା ଆସିବ ଟଙ୍କା, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଚାଷୀମାନଙ୍କୁ ଆଜି କାଳିଆ ସହାୟତା ଅର୍ଥରାଶି ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ହିତାଧିକାରୀଙ୍କୁ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସହାୟତା ଅର୍ଥ ବଣ୍ଟନର ଶୁଭାରମ୍ଭ କରିବେ ।
୪୬ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାର ଉପକୃତ ହେବେ । ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ । ଏହାଛଡା ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକ ପରିବାରଙ୍କୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ ସହ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ରର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଖରିଫ ଚାଷ ପାଇଁ ମିଳିବ କାଳିଆ ସହାୟତା ।
୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ 'କାଳିଆ' ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ୟ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି।

ରାଜ୍ୟ ବଜେଟ୍ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି ।












Click it and Unblock the Notifications