Get Updates
Get notified of breaking news, exclusive insights, and must-see stories!

ଆସନ୍ତା ୪ରେ ମୁଖ୍ୟମନ୍ତ୍ରୀଙ୍କ ଗଜପତି ଗସ୍ତ, ୮ରେ ମୟୂରଭଞ୍ଜ

ଆସନ୍ତାମାସ ୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତ କରିବେ । ସେହିପରି ୮ ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି।

ଭୁବନେଶ୍ବର: ଆସନ୍ତାମାସ ୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିବା ସହ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଗଜପତି ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି କରାଯାଇଛି।

Naveen Patnaik

ତେବେ ୨ ତାରିଖଠାରୁ ମନ୍ତ୍ରୀ, ବିଧାୟକ ଓ ଛାମୁଆ ନେତାମାନେ ସେଠାରେ ଡେରା ପକାଇବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପରେ ସେମାନେ ଆଉ ତିନି ଦିନ ରହି ବିଭିନ୍ନ ବ୍ଲକ୍‌ରେ କାର୍ଡ ବଣ୍ଟନ କାର୍ଯ୍ୟ ଜାରି ରଖିବେ। ମୁଖ୍ୟମନ୍ତ୍ରୀ ଅକ୍ଟୋବର ପହିଲାରେ ଗଜପତି ଜିଲ୍ଲା ଗସ୍ତ କରିବାର କାର୍ଯ୍ୟ କ୍ରମ ଥିଲା । କିନ୍ତୁ ବାତ୍ୟା ଓ ବର୍ଷା ପାଇଁ ତାହା ଘୁଞ୍ଚାଇ ଦିଆଯାଇଥିଲା ।

ସେହିପରି ୮ ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ୮ତାରିଖରେ ବାରିପଦା ଗସ୍ତ କରି ସେଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ପ୍ରାୟ ୭୦୦କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟନ କରିପାରନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ମାଲକାନଗିରି ଜିଲ୍ଲାରୁ ନିଜର ବିଭିନ୍ନ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ମାଲକାନଗିରି‌ରୁ ପ୍ରଥମେ ବଣ୍ଟନ କାର୍ଯ୍ୟ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ତାହା ପରେ ସୁନ୍ଦରଗଡ଼ ଓ ବଲାଙ୍ଗୀର ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କରିସାରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+