ପ୍ରସନ୍ନଙ୍କ ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
CM Naveen Patnaik: ପୂର୍ବତନ ରାଜ୍ୟସଭା ସାଂସଦ ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ କାର ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିଲେ । ସମ୍ବଲପୁର ରେଢାଖୋଲର ଏକ ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଜାରି ରହିଛି । ବର୍ତ୍ତମାନ ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ତାଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ।
ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଏକ ପୋଷ୍ଟ ସେୟାର କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, 'ରାଜ୍ୟ ସଭା ସାଂସଦ ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ସଲମ୍ବଲପୁର ରେଋଖୋଲରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏହା ଜାଣି ମୁଁ ବହୁତ ଚିନ୍ତିତ । ତାଙ୍କ ଆଶୁଆରୋଗ୍ୟ କାମନା କରିବା ସହ ସୁସ୍ଥ ଓ ଦୀର୍ଘାୟୁ ଜୀବନ କାମନା କରୁଛି ।'

ସୂଚନାଥାଉ ଯେ, ୫୫ ନମ୍ବର ଜାତୀୟ ରାଜପଥରରେ ତାଙ୍କ ଗାଡ଼ିକୁ ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଧକ୍କା ଦେଇଥିଲା । ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓ ଗୁରୁତର ଆହତ ହୋଇଛନ୍ତି ଏବଂ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସମସ୍ତଙ୍କୁ ପ୍ରଥମେ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ସମସ୍ତଙ୍କୁ ସମ୍ବଲପୁର ସ୍ଥାନାନ୍ତର କରାଯାଇଥିଲା । ସମ୍ବଲପୁରର ଏକ ଘରୋଇ ମେଡିକାଲରେ ସମସ୍ତଙ୍କ ଚିକିତ୍ସା ଜାରି ରହିଛି । ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି।
ପୂର୍ବତନ ରାଜ୍ୟସଭା ସାଂସଦ ତଥା ବିଜୁ ଜନତା ଦଳର ଉପସଭାପତି ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ ରେଢ଼ାଖୋଲରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜାଣି ମୁଁ ଚିନ୍ତିତ। ତାଙ୍କର ଆଶୁଆରୋଗ୍ୟ କାମନା କରିବା ସହ ସୁସ୍ଥ ଓ ଦୀର୍ଘାୟୁ ଜୀବନ କାମନା କରୁଛି।
— Naveen Patnaik (@Naveen_Odisha) March 15, 2024
ସୂଚନା ଅନୁଯାୟୀ ଗତକାଲି ନବୀନ ନିବାସରେ ଦଳୀୟ ବୈଠକରେ ଯୋଗ ଦେଇ ପ୍ରସନ୍ନ ଆଚାର୍ଯ୍ୟ ବରଗଡ଼ ଫେରୁଥିବା ବେଳେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛିଘଟଣାସ୍ଥଳରେ ରେଢ଼ାଖୋଲ ପୁଲିସ୍ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଦୁଇ ଗାଡ଼ି ଜବତ କରିବା ସହ ଟ୍ୟାଙ୍କର ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି। ଏନେଇ ରେଢାଖୋଲ ଏସଡିପିଓ କହିଛନ୍ତି, ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଟ୍ୟାଙ୍କର ଗାଡ଼ି ତାଙ୍କ କାର୍କୁ ପିଟିଛି। ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓଙ୍କୁ ହସ୍ପିଟାଲ ପଠାଯାଇଛି। ଉଭୟ ଗାଡ଼ିକୁ ଜବତ କରାଯାଇଛି।












Click it and Unblock the Notifications