ଜନ୍ମଦିନରେ ଭୁବନେଶ୍ବରକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୭୫ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର । ଆଜିର ଦିନରେ ଓଡିଶାର ରାଜଧାନୀ ମାନ୍ୟତା ପାଇଥିଲା ଆମ ଭୁବନେଶ୍ୱର । ତେବେ ରାଜଧାନୀ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସବୁଜିମା ଭରା ପରିବେଶ ସାଙ୍ଗକୁ ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ସ୍ମାର୍ଟ ସିଟି ଭାବେ ଭୁବନେଶ୍ବର ନିଜର ସ୍ଵତନ୍ତ୍ର ପରିଚୟ ବଜାୟ ରଖିଛି । ଆମ ସମସ୍ତଙ୍କ ମିଳିତ ପ୍ରଚେଷ୍ଟା ହିଁ ଭୁବନେଶ୍ବରର ଗରିମାକୁ ଅକ୍ଷୂର୍ଣ୍ଣ ରଖି ଏହାକୁ ଆହୁରି ସୁନ୍ଦର ସହର କରି ଗଢି ତୋଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

CM Naveen Patnaik

ଭୁବନେଶ୍ବରର ଇତିହାସ ୩ ହଜାର ବର୍ଷ ପୁରୁଣା । ୧୯୪୮ ମସିହା ପରକୁ ନୂଆ ଓ ତା ପୂର୍ବ ସମୟକୁ ପୁରୁଣା ଭୂବନେଶ୍ବର ଭାବେ ଗଣନା କରାଯାଇଥାଏ । ୧୯୪୮ ଏପ୍ରିଲ ୧୩ରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି ।

ବୌଦ୍ଧ, ଜୈନ, ଶୈବ ଓ ମହିମା ଭଳି ସମ୍ମିଳିତ କ୍ଷେତ୍ର ଭୁବନେଶ୍ବର । କିଛି ଗାଁ ଓ ୧୫ ହଜାର ଲୋକଙ୍କୁ ନେଇ ଆରମ୍ଭ ହୋଇଥିଲା ରାଜଧାନୀର ଯାତ୍ରା । ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଦ୍ବାରା ପ୍ରତିଷ୍ଠା ପରେ ୧୦ବର୍ଷ ମଧ୍ୟରେ ଏହାର ଜନସଂଖ୍ୟା ୪୦ ହଜାରକୁ ବୃଦ୍ଧି ପାଇବା ସହ କ୍ଷେତ୍ରଫଳ ୧୩୨ ବର୍ଗ କିଲୋମିଟରକୁ ବୃଦ୍ଧି ପାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+