ଶନିବାରଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଆସନ୍ତାକାଲି (ଶନିବାର)ଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ସାଢ଼େ ୧୦ଟାରେ ବିମାନ ଯୋଗେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ।
ଭୁବନେଶ୍ୱର: ଆସନ୍ତାକାଲି (ଶନିବାର)ଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ସାଢ଼େ ୧୦ଟାରେ ବିମାନ ଯୋଗେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ୧୨ଟା ୩୦ରେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବେ । ସେହିଦିନ ଅପରାହ୍ନ ୪ଟା ୨୫ରେ ରାଷ୍ଟ୍ରପତି ଭବନର କଲଚରାଲ୍ ସେଣ୍ଟର ଯିବେ ମୁଖ୍ୟମନ୍ତ୍ରୀ ।

୬ ତାରିଖରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେବାକୁଥିବା ସ୍ୱାଧୀନତାର ଅମୃତ ମହୋତ୍ସବ ଜାତୀୟ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀମାନେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।
ସେହିପରି ଆସନ୍ତା ୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିତି ଆୟୋଗ ବୈଠକ ବସିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଯୋଗ ଦେବା ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ ଏକାଧିକ ପ୍ରସଙ୍ଗ ଉପସ୍ଥାପନା କରିବେ ବୋଲି ଜଣାପଡ଼ିଛି। ଏହାର ପରଦିନ ଅଗଷ୍ଟ ୮ ତାରିଖ ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।












Click it and Unblock the Notifications