ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଠାରୁ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ଗ୍ରସ୍ତର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ମେକ୍ ଇନ୍ ଓଡ଼ିଶା କନକ୍ଲେଭର ନିବେଶକ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶାରେ ନିବେଶ ନେଇ ଏହି କାର୍ଯ୍ୟକ୍ରମରେ ଆଲୋଚନା ହେବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଠାରୁ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ଗ୍ରସ୍ତର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ମେକ୍ ଇନ୍ ଓଡ଼ିଶା କନକ୍ଲେଭର ନିବେଶକ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶାରେ ନିବେଶ ନେଇ ଏହି କାର୍ଯ୍ୟକ୍ରମରେ ଆଲୋଚନା ହେବ ।

CM Naveen

ଏହି ଅବସରରେ ଆମେରିକା, ୟୁଏଇ, କାତର, ଓମାନ୍‍, ବାହାରିନ୍‍, ସାଉଦି ଆରବ, ୟୁକେ, ଜର୍ମାନୀ, ଫ୍ରାନ୍ସ, ଇଟାଲୀ, ବେଲଜିୟମ୍‍, ସିଙ୍ଗାପୁର, ଜାପାନ, ଦକ୍ଷିଣ କୋରିଆ, ଅଷ୍ଟ୍ରେଲିଆ ଭଳି ଦେଶର ପ୍ରତିନିଧି ମାନଙ୍କ ସହ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ପ୍ରତିନିଧି ମଣ୍ଡଳୀ ଆଲୋଚନା କରିବେ। ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାର ମେକ୍‍ ଇନ୍‍ କନକ୍ଲେଭ୍‍ ଆୟୋଜନ କରୁଥିବାରୁ ଏଥିରେ ଯୋଗଦେବା ଲାଗି ଏସବୁ ଦେଶର ପ୍ରତିନିଧିଙ୍କୁ ନିମନ୍ତ୍ରଣ କରାଯିବ। ଓଡ଼ିଶାରେ ଯେପରି ସେମାନେ ପୁଞ୍ଜି ନିବେଶ ପାଇଁ ଆଗ୍ରହ ପ୍ରକାଶ କରିବେ ସେଥିପାଇଁ ସେମାନଙ୍କ ସହ ଆଲୋଚନା ହେବ। କରୋନା ପାଇଁ ଦୁଇ ବର୍ଷ ପରେ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ୍‍ ଆୟୋଜନ ହେଉଥିବାରୁ ରାଜ୍ୟ ପାଇଁ ଏହା ବେଶ୍‍ ଗୁରୁତ୍ୱ ବହନ କରୁଛି। ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାବାଦ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ ଅବସରରେ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।

ଅପରପକ୍ଷେ ଆସନ୍ତା ୪ ତାରିଖରେ ଦିଲ୍ଲୀସ୍ଥିତ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଏକ ସ୍ୱତନ୍ତ୍ କାର୍ଯ୍ୟକ୍ରମରେ ନବୀନଙ୍କୁ ଲାଇଫ୍ ଟାଇମ ଆଚିଭମେଂଟ ସମ୍ମାନରେ ସମ୍ମାନିତ କରାଯିବ । ଇଣ୍ଟରନ୍ୟାସନାଲ ସେଣ୍ଟର ଅଡିଟୋରିଅମରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି.ରମଣା ନବୀନଙ୍କୁ ସମ୍ମାନିତ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+