ଘୋଷଣା ହେଲା ନୂଆ ଏନଏସି ଓ ମ୍ୟୁନିସିପାଲିଟି , ଜାଣନ୍ତୁ କେଉଁ କେଉଁ ଅଞ୍ଚଳ ହେଲା ସାମିଲ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚ ଟି ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ମୟୁରଭଞ୍ଜ ର କରଞ୍ଜିଆ ବଲାଙ୍ଗିର ର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯାଇଛି ।

5T ଅଧ୍ୟକ୍ଷଙ୍କ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣ ଙ୍କ ପ୍ରସ୍ତାବ ଏବଂ ବିକାଶ ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା - ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।

Naveen pattnaik

ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+