‘ମୋ କଲେଜ’ ଅଭିଯାନ କେବଳ ଆଲୁମିନି ମଧ୍ୟରେ ସୀମିତ ନୁହେଁ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ମୋ କଲେଜ’ ଅଭିଯାନ ଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରେ ଥିବା ବ୍ୟକ୍ତିବିଶେଷ କଲେଜ ସହ ଯୋଡ଼ି ହୋଇପାରିବେ । ‘ମୋ ସ୍କୁଲ’ ଭଳି ‘ମୋ କଲେଜ’ ଅଭିଯାନ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 'ମୋ କଲେଜ' ପୋର୍ଟାଲର ଲୋକାର୍ପଣ କରିଛନ୍ତି । ଲୋକସେବା ଭବନ ପ୍ରେକ୍ଷାଳୟ ପରିସରରେ ଏହି ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଭିସି ଯୋଗେ ଦେଇ ପୋର୍ଟାଲ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । 'ମୋ କଲେଜ' ଅଭିଯାନରେ ପାଖାପାଖି ୭୫୫ଟି ଶିକ୍ଷାନୁଷ୍ଠାନକୁ ଯୋଡ଼ା ଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, 'ମୋ କଲେଜ' ଅଭିଯାନ ଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରେ ଥିବା ବ୍ୟକ୍ତିବିଶେଷ କଲେଜ ସହ ଯୋଡ଼ି ହୋଇପାରିବେ । 'ମୋ ସ୍କୁଲ' ଭଳି 'ମୋ କଲେଜ' ଅଭିଯାନ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । ଏହି ଅଭିଯାନ କେବଳ କଲେଜ ଆଲୁମିନି ମଧ୍ୟରେ ସୀମିତ ନୁହେଁ ବରଂ ଏହା ସମସ୍ତଙ୍କ ଲାଗି ଉନ୍ମୁକ୍ତ । ଯେ କେହିବି ଚାହିଁଲେ ଯେ କୌଣସି ଶିକ୍ଷାନୁଷ୍ଠାନ ଲାଗି ଅର୍ଥ ଦେଇପାରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

 Mo College

ଉଚ୍ଚଶିକ୍ଷା କ୍ଷେତ୍ରରେ ସରକାର ଅନେକ ଗୁଡ଼ିଏ ପଦକ୍ଷେପ ନେଇଛନ୍ତି । 'ମୋ କଲେଜ' ଅଭିଯାନ ମାଧ୍ୟମରେ ଆପଣଙ୍କ ସହଯୋଗ ଆପଣ ପଢ଼ିଥିବା କଲେଜକୁ ଆଉ ଏକ ପାଦ ଆଗକୁ ଆଗେଇ ନେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସରକାର ପ୍ରତି ଶିକ୍ଷାନୁଷ୍ଠାନକୁ ପ୍ରତିବର୍ଷ ୫୦ ହଜାର ଟଙ୍କା 'ମୋ କଲେଜ' ଅଭିଯାନ ପାଇଁ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

କଲେଜ ଉନ୍ନତିକରଣ ପାଇଁ ବ୍ୟକ୍ତିବିଶେଷ ଦେଉଥିବା ଅନୁଦାନର ଦୁଇଗୁଣ ଅର୍ଥ 'ମୋ କଲେଜ' ଅଭିଯାନର ସ୍ଥାୟୀ ପାଣ୍ଠିରୁ ଯୋଗାଇ ଦେବେ । 'ମୋ କଲେଜ' ଅଭିଯାନ ଉଚ୍ଚଶିକ୍ଷା ଲାଭ କରୁଥିବା ଛାତ୍ରଛାତ୍ରୀଙ୍କ ଆତ୍ମବିଶ୍ୱାସ ଓ ଉତ୍ସାହ ବଢ଼ାଇବା ସହ ଉଚ୍ଚରୁ ଉଚ୍ଚତମ ଶିଖର ଆହୋରଣ ଲାଗି ସାହାଯ୍ୟ କରିବ ବୋଲି 'ମୋ କଲେଜ' ଅଧ୍ୟକ୍ଷ ଆକାଶ ଦାସ ନାୟକ କହିଛନ୍ତି । ପୁରାତନ ଛାତ୍ରଛାତ୍ରୀ ଏହି ଅଭିଯାନରେ ସାମିଲ୍ ହେବାକୁ ସେ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି ।

୫୧ଟି ସରକାରୀ ମହାବିଦ୍ୟାଳୟ, ୫୫୮ଟି ସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟ, ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ୧୩ଟି ବିଶ୍ୱବିଦ୍ୟାଳୟ, ସଂସ୍କୃତି ବିଭାଗରେ ଥିବା ଗୋଟିଏ ବିଶ୍ୱବିଦ୍ୟାଳୟ ଭଳି ୭୫୫ଟି ଶିକ୍ଷାନୁଷ୍ଠାନ 'ମୋ କଲେଜ' ଅଭିଯାନକୁ ସାମିଲ୍ କରିଛନ୍ତି । ଏହାର ସୁପରିଚାଳନା ଲାଗି ଏକ କମିଟି ଗଠନ କରିଛନ୍ତି ସରକାର । ମିଳିଥିବା ଅନୁଦାନ କଲେଜର ଛାତ୍ରଛାତ୍ରୀଙ୍କ ଲାଗି ବ୍ୟୟ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+