ଆଜି ବିକ୍ରମଦେବ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଆଜି ଜୟପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିକ୍ରମ ଦେବ କଲେଜର ୭୫ ବର୍ଷ ଅବସରରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ।

ଜୟପୁର: ଆଜି ଜୟପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିକ୍ରମ ଦେବ କଲେଜର ୭୫ ବର୍ଷ ଅବସରରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ଗତକାଲି ଅବିଭକ୍ତ କୋରାପୁଟ ଜିଲ୍ଲାର ଏହି ସର୍ବପୁରାତନ ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ କରିଛନ୍ତି । ମହାବିଦ୍ୟାଳୟର ୭୫ବର୍ଷ ପୂର୍ତ୍ତି ଉତ୍ସବର ଠିକ୍ ଦିନକ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଅନେକବର୍ଷର ଦାବି ଶେଷରେ ପୂରଣ ହୋଇଥିବାରୁ କଲେଜ କର୍ମଚାରୀ, ପୁରାତନ ଛାତ୍ର ଏବଂ ଏବେର ଛାତ୍ରଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।

CM Naveen

୧୯୪୭ ମସିହାରେ ସ୍ଥାପିତ ବିକ୍ରମଦେବ ମହାବିଦ୍ୟାଳୟରେ ଏବେ ୧୬ଟି ବିଭାଗରେ ପିଜି, ୧୭ଟିରେ ୟୁଜି ସହ ବିବିଏ, ବିସିଏ ଓ ବିଏଡ୍ ପାଠ୍ୟକ୍ରମ ଜାରି ରହିଛି । ଏବେ ୪ହଜାର ଛାତ୍ରଛାତ୍ରୀ ଏଠାରେ ପଢୁଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି । ଏବେ ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହଜାର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। ଦକ୍ଷିଣ ଓଡ଼ିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ୍ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । ସେପଟେ ଆଜି ଜିଲ୍ଲାରେ ୧୫୯୬ କୋଟି ଟଙ୍କାର ୧୨୩ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବା କାର୍ୟ୍ୟକ୍ରମ ରହିଛି । ଏହାଦ୍ଵାରା କୋରାପୁଟ ଜିଲ୍ଲା ବିକାଶ କ୍ଷେତ୍ରରେ ଶିଖର ଛୁଇଁବ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ସହ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+