Get Updates
Get notified of breaking news, exclusive insights, and must-see stories!

ଆଜି ପଶ୍ଚିମ ଓଡିଶାରେ ୯ଟି ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆଜି ସନ୍ଧ୍ୟା ୫.୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ । ଏଥି ସହିତ ମୁଖ୍ୟମନ୍ତ୍ରୀ ୩୩.୬୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୯ଟ

ଭୁବନେଶ୍ୱର: ଆଜି ସନ୍ଧ୍ୟା ୫.୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ । ଏଥି ସହିତ ମୁଖ୍ୟମନ୍ତ୍ରୀ ୩୩.୬୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଲୋଗୋ ଉନ୍ମୋଚନ ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପର୍ଯ୍ୟାଲୋଚନା ନିମନ୍ତେ ପରିଷଦ ଦ୍ୱାରା ପ୍ରସ୍ତୁତ ଏକ ମନିଟରିଂ ଆପ୍ଲିକେସନର ମଧ୍ୟ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

CM Naveen

ବରଗଡ଼ ଜିଲ୍ଲାର ପଦ୍ମ ପୁରସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ, ବଲାଙ୍ଗିର ଜିଲ୍ଲାର ସଦର ମହକୁମାଠାରେ ଏକ କଲ୍ୟାଣ ମଣ୍ଡପ ଓ ଟିଟିଲାଗଡ଼ ବାଳକ ଉଚ୍ଚ ବିଦ୍ୟାଳୟର ଏକାଡେମିକ୍‌ ବ୍ଲକ୍‌, ବୌଦ୍ଧ ଜିଲ୍ଲା ସଂଗ୍ରହାଳୟର ସଂପ୍ରସାରଣ, ଦେବଗଡ଼ ଜିଲ୍ଲାର ସାଂସ୍କୃତିକ ପ୍ରେକ୍ଷାଳୟ ତଥା କ୍ରୀଡ଼ା କକ୍ଷ, ଝାରସୁଗୁଡ଼ା ଜିଲ୍ଲାର ମରାକୁଟାଠାରେ କହ୍ନେଇନାଳ ଉପରେ ପାଲ, କଳାହାଣ୍ଡି ଜିଲ୍ଲାର ଭବାନୀ ପାଟଣା ଟାଉନ୍‌ ହଲ ଓ ଜୁନାଗଡ଼ ଏନ୍‌ଏସିଠାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଷ୍ଟାଡିୟମ୍‌ ଓ ନୂଆପଡ଼ା ଜିଲ୍ଲାର କୋମନାଠାରେ ମାଣ୍ଡିଆ ଆଦି ଶସ୍ୟର ପ୍ରକ୍ରିୟାକରଣ କେନ୍ଦ୍ରକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଭାସୀ ମାଧ୍ୟମରେ ଉଦଘାଟନ କରିବେ ।

ସେହିପରି ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲ୍ଲାର ଡେବ୍ରିଗଡ଼ ଅଭୟାରଣ୍ୟ ସନ୍ନିକଟ ବାରବଖରା ଜଳ ପ୍ରପାତ ଓ ଗୁମ୍ଫା ନିକଟରେ ଇକୋ ପର୍ଯ୍ୟଟନ ସ୍ଥଳିର ବିକାଶ, ବରଗଡ଼ ସହରରେ ଏକ ପାଞ୍ଚଶହ ଆସନ ବିଶିଷ୍ଟ ପ୍ରେକ୍ଷାଳୟ, ପଦ୍ମ ପୁରଠାରେ ବଡ଼ବନ୍ଧର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଓ ଆଲୋକିକରଣ, ବରଗଡ଼ ସହରର ବିକାଶ ବିଦ୍ୟାଳୟଠାରୁ ହଳଦୀ ପାଲି ଛକ ପର୍ଯ୍ୟନ୍ତ ସିମେଣ୍ଟ କଂକି୍ରଟ ଡ୍ରେନ୍‌, ବଲାଙ୍ଗିର ସହରରେ ଏକ ପାଞ୍ଚଶହ ଆସନ ବିଶିଷ୍ଟ ପ୍ରେକ୍ଷାଳୟ, ବୌଦ୍ଧ ଜିଲ୍ଲା ବୀରନରସିଂହ ପୁରଠାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଇକୋ ପାର୍କ, କଳାହାଣ୍ଡି ଜିଲ୍ଲାର ବିଶ୍ୱନାଥ ପୁରଠାରେ କଲ୍ୟାଣ ମଣ୍ଡପ, ସମ୍ବଲପୁର ଜିଲ୍ଲାର କୁଚିଣ୍ଡାଠାରେ ମୁକୁଣ୍ଡି ଷ୍ଟାଡୟିମ୍‌ର ଉନ୍ନତିକରଣ ଓ ସୁବର୍ଣ୍ଣ ପୁର ଜିଲ୍ଲାର ସୋନ ପୁରଠାରେ ହସ୍ତତନ୍ତ ମଲ୍‌ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ।

ସୂଚନାଯୋଗ୍ୟ ଯେ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଦ୍ୱାରା ଆଧୁନିକ ଅଡିଟୋରିୟମ୍‌, କଲ୍ୟାଣ ମଣ୍ଡପ, ଗୋଷ୍ଠୀ କେନ୍ଦ୍ର, ଖେଳ ପଡ଼ିଆର ଉନ୍ନତିକରଣ, ରାସ୍ତା ଆଦି ଲୋକାଭିମୁଖୀ ପ୍ରକଳ୍ପ ପ୍ରଭୃତି ନିର୍ମାଣ ଫଳରେ ପଶ୍ଚିମ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକର ଭିତ୍ତିଭୂମି ଓ ଅର୍ଥନୈତିକ ଅଭିବୃଦ୍ଧି ଅଧିକ ସୁଦୃଢ଼ ହୋଇ ପାରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+