ମା ତାରାତାରିଣୀ ମନ୍ଦିର ପ୍ରତିଷ୍ଠା ଉତ୍ସବ: କାଲି ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ସ୍ଥିତି ସମୀକ୍ଷା କଲେ 5T ସଚିବ

ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରର ପ୍ରତିଷ୍ଠା ଉତ୍ସବ । ଆସନ୍ତାକାଲି ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫଳରେ କାଲି ଏକ ବିଶାଳ ଜନସମାବେଶ ହେବାର ସମ୍ଭାବନା ରହିଛି ।

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା' ତାରାତାରିଣୀଙ୍କ ମନ୍ଦିରର ପ୍ରତିଷ୍ଠା ଉତ୍ସବ । ଆସନ୍ତାକାଲି ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫଳରେ କାଲି ଏକ ବିଶାଳ ଜନସମାବେଶ ହେବାର ସମ୍ଭାବନା ରହିଛି ।

Taratarini Temple

ତେବେ ଆଜି ମୁଖ୍ୟ ଶାସନ ସଚିବ, 5T ସଚିବ ପୀଠ ପରିଦର୍ଶନ କରିଛିନ୍ତି । ପୀଠ ପରିଦର୍ଶନ କରି ଆୟୋଜନ ସମ୍ପର୍କରେ ଅନୁଧ୍ୟାନ କରିବା ସହ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ମାଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଯଜ୍ଞର କର୍ତ୍ତା ହେବା ସହ ସବୁ କାମ ତଦାରଖ କରୁଛନ୍ତି ।

Taratarini Temple

ଭାରତର ଅନ୍ୟତମ ଶକ୍ତିପୀଠ ଗଞ୍ଜାମର ତାରାତାରିଣୀ ପୀଠ । ରୂପାନ୍ତରଣ ପରେ ଏହା ଅପୂର୍ବ ଶୋଭା ମଣ୍ଡନ କରିଛି । ଭବ୍ୟ ପ୍ରତିଷ୍ଠା ଉତ୍ସବର ଆକର୍ଷଣରେ ଟାଣି ହୋଇ ଆସୁଛନ୍ତି ହଜାର ହଜାର ଭକ୍ତ ।

Taratarini Temple

ଏହି ପରିଦର୍ଶନ ସମୟରେ ଜିଲ୍ଲା ପ୍ରଶାସନ ସହ ଭିଡ ନିୟନ୍ତ୍ରଣ, ଶାନ୍ତିଶୃଙ୍ଖଳା ରକ୍ଷା, ପାନୀୟ ଜଳ ଯୋଗାଣ, ପ୍ରାଥମିକ ସ୍ୱାସ୍ଥ୍ୟ ବ୍ୟବସ୍ଥା, ଅଗ୍ନି ସୁରକ୍ଷା, ବିଦ୍ୟୁତ ଯୋଗାଣ ଓ ପରିମଳ ଆଦି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏହି ସମୟରେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ, ଏସପି ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+