ଏୟାରପୋର୍ଟରେ ୟୁକ୍ରେନ ଫେରନ୍ତା ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ
ଏୟାରପୋର୍ଟରେ ପହଞ୍ଚିଲେ ୟୁକ୍ରେନ ଫେରନ୍ତା ଓଡ଼ିଆ ଛାତ୍ରଛାତ୍ରୀ । ଦିଲ୍ଲୀରୁ ଏସିଆର ସ୍ବତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିଲେ ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀଙ୍କୁ ବିମାନ ବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ।
ଭୁବନେଶ୍ୱର: ଏୟାରପୋର୍ଟରେ ପହଞ୍ଚିଲେ ୟୁକ୍ରେନ ଫେରନ୍ତା ଓଡ଼ିଆ ଛାତ୍ରଛାତ୍ରୀ । ଦିଲ୍ଲୀରୁ ଏସିଆର ସ୍ବତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିଲେ ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀଙ୍କୁ ବିମାନ ବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ । ସେମାନଙ୍କ ସହ କଥା ମଧ୍ୟ ହେଲେ । ୟୁକ୍ରେନରୁ ମୋଟ ୭୭ ଜଣ ଓଡ଼ିଆ ଛାତ୍ରଛାତ୍ରୀ ଆଜି ଭୁବନେଶ୍ୱର ଫେରିଛନ୍ତି ।

ରାଜ୍ୟ ସରକାରଙ୍କ ଦ୍ବାରା ଯୋଗାଇ ଦିଆଯାଇଥିବା ସ୍ବତନ୍ତ୍ର ବିମାନ ଆଜି ନୂଆଦିଲ୍ଲୀରୁ ୭୭ଜଣ ଓଡିଆ ଛାତ୍ରଛାତ୍ରୀଙ୍କୁ ନେଇ ସଂଧ୍ୟା ୦୫.୩୦ ମିନିଟରେ ଭୁବନେଶ୍ବରରେ ପହଞ୍ଚିଥିଲା । ଯୁଦ୍ଧ ଅଞ୍ଚଳରୁ ଫେରିଆସିଥିବା ପିଲାମାନଙ୍କୁ ପାଖରେ ପାଇ ବାପା ମାଙ୍କ ଆଖିରୁ ଝରିପଡିଥିଲା ଆନନ୍ଦର ଅଶ୍ରୁ । ହୃଦୟରେ ଆସିଥିଲା ଆଶ୍ବସ୍ତି । ପିଲାମାନଙ୍କ ନିରାପଦ ଉଦ୍ଧାର ପାଇଁ ସେମାନେ ସମସ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ନିଜେ ବିମାନବନ୍ଦରେ ଉପସ୍ଥିତ ରହି ପିଲାମାନଙ୍କ ଭଲମନ୍ଦ ପଚାରି ବୁଝିଥିଲେ । ସେମାନେ ଆଗକୁ ଯେପରି ପାଠ ପଢିପାରିବେ, ସେଥିଲାଗି ସମସ୍ତ ପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଶ୍ବସନା ଦେଇଥିଲେ ।
ସୂଚନାଯୋଗ୍ୟ ଯେ ଯୁଦ୍ଧ ବିଧ୍ବସ୍ତ ୟୁକ୍ରେନରୁ ପିଲାମାନଙ୍କୁ ଉଦ୍ଧାର କରିବାପାଇଁ ରାଜ୍ୟ ସରକାର ବ୍ୟାପକ ବନ୍ଦୋବସ୍ତ କରିଥିଲେ । ଦୁଇଟି ବସ୍ ଯୋଗେ ସେମାନଙ୍କୁ ଯୁଦ୍ଧ ଅଞ୍ଚଳରୁ ନିରାପଦ ଉଦ୍ଧାର କରାଯାଇଥିଲା । ଏତଦ୍ ବ୍ୟତୀତ ସେମାନଙ୍କ ପାଠପଢାରେ ଯେପରି ଅସୁବିଧା ନ ହୁଏ ସେଥିପାଇଁ ଦେଶର ମେଡିକାଲ କଲେଜରେ ସେମାନଙ୍କ ପାଠପଢା ପାଇଁ ବ୍ୟବସ୍ଥା କରିବାପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ଚିଠି ଲେଖି ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ଏବଂ ଏ ଦିଗରେ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହି ପିଲାମାନଙ୍କ ସହିତ ଆଲୋଚନା କରିଥିଲେ ।
ଉଲ୍ଲେଖଯୋଗ୍ୟ ଯେ, ୟୁକ୍ରେନରୁ ଫେରିଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଇଁ ଗତକାଲି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁକ୍ରେନରୁ ଅଧାରୁ ପାଠ ଛାଡ଼ି ଆସିଥିବା ଛାତ୍ରଛାତ୍ରୀଙ୍କୁ ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି ।
ତୁରନ୍ତ ଏ ପ୍ରସଙ୍ଗକୁ ଗୁରୁତର ସହ ନେଇ ନ୍ୟାସନାଲ ମେଡିକାଲ କାଉନସିଲ୍ ଏବଂ ମନ୍ତ୍ରାଳୟ ସହ ଆଲୋଚନା କରି ଛାତ୍ରଛାତ୍ରୀଙ୍କ ପାଠ ପଢା କିପରି ଭାରତରେ ହୋଇପାରିବ ସେନେଇ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି । ଏହି ପ୍ରସଙ୍ଗରେ କେନ୍ଦ୍ର ସରକାର ଯାହା ନିଷ୍ପତ୍ତି ନେବେ ରାଜ୍ୟ ସରକାରଙ୍କ ତରଫରୁ ସମ୍ପୂର୍ଣ୍ଣ ସମର୍ଥନ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଛନ୍ତି ।












Click it and Unblock the Notifications