ଆଜିଠୁ ମା’ ତାରାତାରିଣୀ ମନ୍ଦିର ପ୍ରତିଷ୍ଠା ଉତ୍ସବ: ୧୮ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ମା’ତାରାତାରିଣୀଙ୍କ ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ ଆଜିଠୁ ଆରମ୍ଭ ହୋଇଯାଇଛି ।

ଗଞ୍ଜାମ: ଜିଲ୍ଲାର ଅଧିଷ୍ଠାତ୍ରୀ ମା'ତାରାତାରିଣୀଙ୍କ ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ ଆଜିଠୁ ଆରମ୍ଭ ହୋଇଯାଇଛି । ଆଜିଠୁ ପୀଠରେ ୬ ଦିନ ବ୍ୟାପୀ ଆୟୋଜିତ ହେବ ଏହି ଉତ୍ସବ । ଏହି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆସନ୍ତା ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବରେ ଯୋଗ ଦେବେ। ଏଥିପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରା ଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି।

Taratarini Temple

ତେବେ ଆଜି ଦୀକ୍ଷା ଗ୍ରହଣ ଓ ଅଙ୍କୁର ରୋପଣ ପରେ ଆସନ୍ତାକାଲି ଜଳଯାତ୍ରା, ଯଜ୍ଞ ଆରମ୍ଭ ସହ ୧୭ ତାରିଖରେ ସୂର୍ଯ୍ୟପୂଜା, ବ୍ରାହ୍ମଣ ବରଣ କରାଯିବ । ୧୮ରେ ଦଶ ମହାବିଦ୍ୟା, ତ୍ରିଶୁଳ, ଧ୍ବଜ ଓ ଦେବତା ସ୍ନାନ କରାଯିବ । ୧୯ରେ ଦେବତା ଓ ଆୟୁଦ୍ଧ ଧ୍ବାଜ ନାଶ ଏବଂ ଶେଷଦିନରେ ଧ୍ବଜ, ପାର୍ଶ୍ବ ଦେବତା, ସ୍ଥାପନ ସହ ଅଖଣ୍ଡ ନାମଯଜ୍ଞ, ଘ୍ରୁତଯଜ୍ଞ କରାଯିବାର କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+