ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ମକର ସଂକ୍ରାନ୍ତି ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । କୋଭିଡ ନିୟମକୁ ଦୃଷ୍ଟିରେ ରଖି ମକର ଉତ୍ସବ ପାଳନ କରିବା ଲାଗି ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଭୁବନେଶ୍ୱର: ଆଜି ସାରା ରାଜ୍ୟରେ ହର୍ଷ ଓ ଉଲ୍ଲାସର ସହ ପାଳନ ହେଇଛି ପବିତ୍ର ମକର ସଂକ୍ରାନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ମକର ସଂକ୍ରାନ୍ତି ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । କୋଭିଡ ନିୟମକୁ ଦୃଷ୍ଟିରେ ରଖି ମକର ଉତ୍ସବ ପାଳନ କରିବା ଲାଗି ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ବନ୍ଧୁତ୍ୱ ଓ ମିଳନର ଏହି ଅନନ୍ୟ ପର୍ବରେ ସେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍ ।
ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି। pic.twitter.com/eF4Fgxezqd
— Naveen Patnaik (@Naveen_Odisha) January 14, 2022
ପବିତ୍ର ମକର ସଂକ୍ରାନ୍ତି ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ବନ୍ଧୁତ୍ବ ଓ ମିଳନର ଏହି ଅନନ୍ୟ ପର୍ବରେ ସେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି। #makarsankranti2022 pic.twitter.com/0bKqoUgsc3
— Governor Odisha (@GovernorOdisha) January 14, 2022












Click it and Unblock the Notifications