ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ । ୫୦ ବର୍ଷରେ ବିଶ୍ୱ ଐତିହ୍ୟ ଧଉଳି ଶାନ୍ତିସ୍ତୂପ ।

ଭୁବନେଶ୍ୱର: ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ । ୫୦ ବର୍ଷରେ ବିଶ୍ୱ ଐତିହ୍ୟ ଧଉଳି ଶାନ୍ତିସ୍ତୂପ । ବର୍ଣ୍ଣାଢ୍ୟ ଉତ୍ସବରେ ସାମିଲ ହୋଇଛନ୍ତି ଦେଶ ବିଦେଶର ଶତାଧିକ ବୌଦ୍ଧ ସନ୍ୟାସୀ । ବିଶ୍ୱ ଶାନ୍ତି ଉଦ୍ଦେଶ୍ୟରେ ବୌଦ୍ଧ ସାଧୁ ସନ୍ଥଙ୍କ ଶାନ୍ତିମନ୍ତ୍ରରେ କମ୍ପୁଛି ପରିବେଶ ।

Dhauli Shanti Stupa

ମୁଖମନ୍ତ୍ରୀ କହିଛନ୍ତି, ଧଉଳି ଶାନ୍ତିସ୍ତୂପ ବିଶ୍ବଶାନ୍ତିର ପ୍ରଚାର କରିଛି। ଏହା ଚଣ୍ଡାଶୋକଙ୍କୁ ଧର୍ମାଶୋକରେ ପରିଣତ କରିଛି। ଏହି ଧଉଳି ଶାନ୍ତିସ୍ତୂପର ସୌନ୍ଦର୍ଯ୍ୟକରଣ ଲାଗି ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଏକ ଜାତୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ ହୋଇଛି। ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ପ୍ରମୁଖ ଉପସ୍ଥିତ ଥିଲେ। ଖୁବ୍ ଶୀଘ୍ର ଧଉଳିରେ ରୋପଓ୍ବେ ବ୍ୟବସ୍ଥା କରାଯିବାକୁ ମନ୍ତ୍ରୀ ଅଶୋକ ପଣ୍ଡା ମୁଖମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଥିଲେ।

 Dhauli Shanti stupa

ଏହି ଉତ୍ସବରେ ଜାପାନ, ଆମେରିକା, ୟୁକ୍ରେନ ଓ କାଜାକସ୍ଥାନରୁ ବହୁ ସନ୍ଥ ସାମିଲ ହୋଇଛନ୍ତି । ସୁବର୍ଣ୍ଣ ଜୟନ୍ତୀ ଅବସରରେ ସାମିଲ ହୋଇ ସମସ୍ତେ ଖୁସି ବ୍ୟକ୍ତ କରିବା ସହ ଧଉଳିର ଉନ୍ନତି ପାଇଁ ରାଜ୍ୟ ସରକାର ନେଇଥିବା ପଦକ୍ଷେପକୁ ପ୍ରଶଂସା କରିଛନ୍ତି ।

ଅନ୍ୟପକ୍ଷରେ ଆଜିଠୁ ଧଉଳିରେ ପୁଣି ଆରମ୍ଭ ହେବ ଲାଇଟ ଆଣ୍ଡ ସାଉଣ୍ଡ ଶୋ' । ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ଲିଫ୍ଟର ବ୍ୟବସ୍ଥା କରାଯାଇଛି । ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ସରକାରଙ୍କ ପକ୍ଷରୁ ପ୍ରାୟ ଦୁଇ କୋଟି ଟଙ୍କା ଅନୁଦାନରେ ଏହାର ମରାମତି ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+