ମୁକ୍ତା ଯୋଜନାରେ ଆଉ 225 କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର: ମୁକ୍ତା ଯୋଜନାରେ ଆଉ 225.3 କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆର୍ଥିକ ବର୍ଷ 2023-24 ପାଇଁ ତୃତୀୟ ପର୍ଯ୍ୟାୟରେ ମଞଜୁର ହୋଇଛି ଏହି ରାଶି ।

10 ଜିଲ୍ଲାର 36 ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ 225.3 କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି 10 ଜିଲ୍ଲା ମଧ୍ୟରେ ରହିଛି ଗଞ୍ଜାମ, ଗଜପତି, କଳାହାଣ୍ଡି, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କନ୍ଧମାଳ ଓ ବୌଦ୍ଧ । ମୁକ୍ତା ଯୋଜନାରେ ୪୨ଟି ମ୍ୟୁନିସିପାଲିଟି ଏବଂ ଏନଏସିର ବିକାଶ ପାଇଁ ବାର୍ଷିକ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇଛି । ପ୍ରକଳ୍ପଗୁଡ଼ିକ ଏସଏଚଜି, ଏସଡିଏ ଏବଂ ସ୍ଥାନୀୟ ଗୋଷ୍ଠୀ ଦ୍ୱାରା କାର୍ଯ୍ୟକାରୀ ହେବ ।
ଏହି ପ୍ରକଳ୍ପରେ ମିନି ପାର୍କ, ଓପନ୍ ଜିମ୍, ଚାଇଲ୍ଡ ପ୍ଲେ ଷ୍ଟେସନ, ଖେଳ ପଡ଼ିଆ, ଭେଣ୍ଡିଂଜୋନ୍ ରହିଛି । ବହୁମୁଖୀ କମ୍ୟୁନିଟି ସେଣ୍ଟର, ୱାଲ ପେଣ୍ଟିଂ, ସୌନ୍ଦର୍ଯ୍ୟକରଣ ଓ ଶ୍ରମିକ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଏଥିରେ ଅନ୍ତର୍ଭୁକ୍ତ ।
ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ବା ମୁକ୍ତା 2020 ଅପ୍ରେଲ 18 ରେ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ । ଗରିବ ଓ ବେରୋଜଗାରଙ୍କୁ କାମ ଦେବା ଲକ୍ଷ୍ୟରେ ଏହି ଯୋଜନା ହୋଇଥିଲା ।
ଏହା ପୂର୍ବରୁ 42 ମ୍ୟୁନିସିପାଲିଟି ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ 183 କୋଟି 81 ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ । ସେହିପରି 37 ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ପ୍ରଥମ ପର୍ଯ୍ୟାୟରେ 423 କୋଟି 87 ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା ।












Click it and Unblock the Notifications