ଗୋପାଳପୁର ଗଣଦୁଷ୍କର୍ମ ଘଟଣାକୁ ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ,ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ଦେଲେ ନିର୍ଦ୍ଦେଶ

ଗଂଜାମ ଜିଲ୍ଲା ଗୋପାଳପୁରରେ ଗତ ରବିବାର ବିଳମ୍ବିତ ସନ୍ଧ୍ୟାରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ମୁଖ୍ୟମନ୍ତ୍ରୀ ମ‌ୋହନ ଚରଣ ମାଝୀ ଦୃଢ଼ ନିନ୍ଦା କରିଛନ୍ତି। ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡ଼ା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ।

mohan majhi

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୁଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+