କାହାକୁ ମିଳିବ ଘର କହିଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କିଏ ପଡ଼ିବେ ବାଦ୍

ସତୁରି ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ ହେବ ଏବଂ ସମସ୍ତଙ୍କୁ ପକ୍କା ଘର ମିଳିବ। ଅନ୍ତ୍ୟୋଦୟ ଗୃହ ଯୋଜନାରେ ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ। ଆଜି କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।

mohan majhi

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ହିନ୍ଦୁ ନବ ବର୍ଷର ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୮ ମସିହାରେ ସମସ୍ତଙ୍କୁ ପକ୍କା ଘର ଯୋଗାଇଦେଇ ଏହି ସମସ୍ୟାର ସମାଧାନ ପାଇଁ ଘୋଷଣା କରିଥିଲେ। ସେଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ସହରୀ ଓ ଗ୍ରାମୀଣ ଆଦି ଯୋଜନା କାର୍ଯ୍ୟକାରୀ ହେଉଛି। ଏହାକୁ ଆହୁରି ଜୋରଦାର କରାଯାଇ ଓଡିଶାରେ ଆମେ ଆରମ୍ଭ କରିଛୁ ଅନ୍ତ୍ୟୋଦୟ ଗୃହ ଯୋଜନା। ଏହା ଦ୍ୱାରା ସମସ୍ତଙ୍କ ପାଇଁ ଘର ସୁନିଶ୍ଚିତ କରାଯାଇ ପାରିବ।

ଆଜି ପ୍ରଥମ ଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ୬୦ ହଜାର ଘର ପାଇଁ କାର୍ଯ୍ୟାଦେଶ ଦିଆଯାଇଛି। ଆଗାମୀ ୩ ବର୍ଷରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଘର ନିର୍ମାଣ କରାଯିବାର ଲକ୍ଷ୍ୟ ରଖାଯାଇଛି। ଚଳିତ ବର୍ଷ ଏହି ଯୋଜନା ପାଇଁ ୨,୬୦୦ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରାଯାଇଥିବା ବେଳେ ଆଗାମୀ ୩ ବର୍ଷରେ ଏଥିପାଇଁ ୭,୫୫୦ କୋଟି ଟଙ୍କା ବିନିଯୋଗ କରାଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+