ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିଲା ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା
Subhadra Yojana: ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିଲା ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା । ପ୍ରାୟ ୧ କୋଟି ମହିଳାଙ୍କ ଖାତାକୁ ଆସିଲା ସୁଭଦ୍ରା ଟଙ୍କା । ବ୍ରହ୍ମପୁରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ।

ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ପ୍ରଦୀପ କୁମାର ପାଣିଗ୍ରାହୀ ଆଦି ଯୋଗ ଦେଇଥିଲେ ।
ସମସ୍ତ ହିତାଧିକାରୀଙ୍କ ଖାତାକୁ ଦ୍ୱିତୀୟ ପର୍ଯ୍ୟାୟରେ ୫ ହଜାର ଲେଖାଏଁ ଟଙ୍କା ଯାଇଛି । ତେବେ ଶେଷ ପର୍ଯ୍ୟାୟରେ ସାମିଲ ହୋଇଥିବା ହିତାଧିକାରୀ ମଧ୍ୟ ଟଙ୍କା ପାଇବେ ।












Click it and Unblock the Notifications