Get Updates
Get notified of breaking news, exclusive insights, and must-see stories!

ଡାକୋଟା ବିମାନକୁ ପୁଷ୍ପାଞ୍ଜଳି ଦେଇ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵରରେ ପହଞ୍ଚିଛି ବିଜୁ ବାବୁଙ୍କ ଐତିହାସିକ 'ଡାକୋଟା ବିମାନ' । ଏହି ସୁବର୍ଣ୍ଣ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ବନ୍ଦର ଠାରେ ବିମାନ ଉପରେ ପୁଷ୍ପ ବୃଷ୍ଟି କରି ସ୍ୱାଗତ କରିଛନ୍ତି ।

ଭୁବନେଶ୍ୱର: ଭୁବନେଶ୍ଵରରେ ପହଞ୍ଚିଛି ବିଜୁ ବାବୁଙ୍କ ଐତିହାସିକ 'ଡାକୋଟା ବିମାନ' । ଏହି ସୁବର୍ଣ୍ଣ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ବନ୍ଦର ଠାରେ ବିମାନ ଉପରେ ପୁଷ୍ପ ବୃଷ୍ଟି କରି ସ୍ୱାଗତ କରିଛନ୍ତି ।

Naveen patnaik
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି , 'ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ ଆଜି ଭୁବନେଶ୍ଵରରେ ପହଞ୍ଚି ଥିବାରୁ ମୁଁ ବହୁତ ଖୁସି । ଏହି ବିମାନରେ ବିଜୁ ବାବୁ ଅନେକ ସାହସିକ କାର୍ଯ୍ୟ କରିଛନ୍ତି । ଏହା ମଧ୍ୟରେ ସବୁଠାରୁ ଶ୍ରେଷ୍ଠ ହେଉଛି ଇଣ୍ଡୋନେସିଆର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଡଚ୍ ମାନଙ୍କ କବଜାରୁ ମୁକ୍ତ କରିବାରେ ଅପାର ସଫଳତା । ସେଥିରେ ବିଜୁ ବାବୁଙ୍କ ସହିତ କେବଳ ଜଣେ ସହ ପାଇଲଟ୍ ଥିଲେ, ସେ ହେଉଛନ୍ତି 'ମୋ ମା' ଜ୍ଞାନ୍ ପଟ୍ଟନାୟକ' ।

ଏହି ସ୍ୱାଗତ୍ ସମାରୋହରେ 5T ସଚିବ ଭି.କେ ପାଣ୍ଡିଆନ୍, ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ପ୍ରଣବ ପ୍ରକାଶ ଦାସ, ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ ମେୟର ସୁଲୋଚନା ଦାସ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀ, IT ବିଭାଗର ପ୍ରମୁଖ ସଚିବ ମନୋଜ ମିଶ୍ର ଙ୍କସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+