ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିୱାଲି ଭେଟି; ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ିବା ନେଇ ଘୋଷଣା
ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିୱାଲି ଭେଟି । ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ିବା ନେଇ ଘୋଷଣା । ୫୫ ପ୍ରତିଶତରୁ ମହଙ୍ଗା ଭତ୍ତା ବଢ଼ି ୫୮ ପ୍ରତିଶତ ହେଲା । ପେନସନ୍ଭୋଗୀଙ୍କ ଟିଆଇରେ ମଧ୍ୟ ବୃଦ୍ଧି ନିଷ୍ପତ୍ତି। ଗତ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ପାଇଁ ଘୋଷଣା । ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ଦରମାରେ ନଗଦ ଆକାରରେ ମିଳିବ ।

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦିୱାଲି ଭେଟି । ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ିବା ନେଇ ଘୋଷଣା କଲେ ରାଜ୍ୟ ସରକାର । ୫୫ ପ୍ରତିଶତରୁ ବଢି ୫୮ ପ୍ରତିଶତ ହେଲା ମହଙ୍ଗା ଭତ୍ତା । ଗତ ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବେ ଲାଗୁ ପାଇଁ ଘୋଷଣା ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।












Click it and Unblock the Notifications