ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ଦୈନିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ଭେଟି । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଦୈନିକ ଟ୍ରେନିଙ୍ଗ ଭତ୍ତା ପରିମାଣ ୨୮ ଟଙ୍କାରୁ ୧୪୦ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ମେ ପହିଲାଠାରୁ ଲାଗୁ ହେବ।
ଓଡିଶାରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ସଂଖ୍ୟା ୭୦୦ରୁ କମ୍ ଅଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।












Click it and Unblock the Notifications