ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ : ଗୃହରେ ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା । ସେହିପରି ଅନ୍ୟ ଏକ ସରକାରୀ ବାସଭବନର ମରାମତିରେ ଖର୍ଚ୍ଚ ହୋଇଛି ୨୩ ଲକ୍ଷରୁ ଅଧିକ ଟଙ୍କା । ଏନେଇ ବିଧାନସଭାରୁ ଆସିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନରେ ଏନେଇ ଗୃହରେ ଉତ୍ତର ରଖିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସ ବିଧାନସଭାରେ ପ୍ରଶ୍ନ କରିଥିଲେ ଯେ,ରାଜ୍ୟରେ ନୂଆ ସରକାର ଆସିବା ପରେ ବିଭିନ୍ନ ମନ୍ତ୍ରୀମାନଙ୍କୁ ଦିଆଯାଇଥିବା କ୍ୱାର୍ଟର୍ସଗୁଡ଼ିକର ମରାମତି ଏବଂ ନବୀକରଣ ପାଇଁ କେତେ ଟଙ୍କା ଖର୍ଚ୍ଚ ହେଇଛି ଏବଂ ସମସ୍ତ ମନ୍ତ୍ରୀମାନଙ୍କର ଅଲଗା ଅଲଗା ଖର୍ଚ୍ଚ ତାଲିକା ପ୍ରଦାନ କରିବାକୁ ସେ ଅନୁରୋଧ କରିଥିଲେ ।
ଏହାର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ ତଥ୍ୟ ରଖିଛନ୍ତି । ମିଳିଥିବା ତଥ୍ୟ ଅନୁସାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗୋଟିଏ ସରକାରୀ ଆବାସର ମରାମତି ପାଇଁ ୫୦ ଲକ୍ଷ ୧୦ ହଜାର ୮୭୧ ଟଙ୍କା ଖର୍ଚ୍ଚ ହୋଇଛି । ସେହିପରି ଆଉ ଏକ ସରକାରୀ ବାସଭବନ ପାଇଁ ୨୩ ଲକ୍ଷ ୪୭ ହଜାର ୪୮୭ ଟଙ୍କା ଖର୍ଚ୍ଚ ହୋଇଛି ।












Click it and Unblock the Notifications