ନୂଆ ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତ ଲହରୀ ଜାରି; ଘନ କୁହୁଡ଼ି ନେଇ ଏହି ସବୁ ଜିଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର,୩ା୧: ନୂଆ ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍‌ କିମ୍ବା ଏହାଠାରୁ କମ୍‌ ତାପମାତ୍ରା ରେକର୍ଡ ହୋଇଛି।

ରାଉରକେଲାରେ ସର୍ବନିମ୍ନ ୭ଡିଗ୍ରୀ ରହିଥିବା ବେଳେ ଝାରସୁଗୁଡାରେ ୮ ଡିଗ୍ରୀ, କେନ୍ଦୁଝରରେ ୯.୫ ଡିଗ୍ରୀ, ଫୁଲବାଣୀରେ ୯.୫ ଡିଗ୍ରୀ, ଦାରିଙ୍ଗବାଡିରେ ୯.୫ ଡିଗ୍ରୀ, ସୁନ୍ଦରଗଡରେ ୯.୭ ଡିଗ୍ରୀ ଓ ସୋନପୁରରେ ୧୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି ।

ଅନ୍ୟପକ୍ଷେ ଅନୁଗୋଳ, କନ୍ଧମାଳ ଏବଂ ଢ଼େଙ୍କାନାଳରେ ଶୁକ୍ରବାର ଘନ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି । ଦୃଶ୍ୟମାନ କ୍ଷମତା ୨୦୦ ମିଟରରୁ କମ୍‌ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏନେଇ ସତର୍କ ରହିବାକୁ ପାଣିପାଗ ବିଜ୍ଞାନ ପକ୍ଷରୁ ପରାମର୍ଷ ଦିଆଯାଇଛି ।

Cold wave continues

ଭୁବନେଶ୍ୱରରେ ୨ଦିନରେ ତାପମାତ୍ରା ୪.୮ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇଛି। ଡିସେମ୍ବର ୩୦ରେ ତାପମାତ୍ରା ୧୯.୪ ଡିଗ୍ରୀ ରହିଥିବା ବେଳେ ଗୁରୁବାର ୧୪.୬ ଡିଗ୍ରୀ ସେଲସିୟସ୍‌କୁ ଖସି ଆସିଥିଲା। ହେଲେ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୧.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+