ସମଗ୍ର ରାଜ୍ୟରେ ଶୀତ ଲହରୀ; ଝାରସୁଗୁଡାରେ ପାରଦ ୫କୁ ଖସିଲା

ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ପ୍ରବଳ ଜାଡ଼ ସାଙ୍ଗକୁ ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରି ଦେଉଛି । ଝାରସୁଗୁଡ଼ାରେ ୫ ଡିଗ୍ରୀ ଛୁଇଁଲା ପାରଦ । ସକାଳ ୫ଟା ୩୦ ସୁଦ୍ଧା ତାପମାତ୍ରା ୫.୬ ଡିଗ୍ରୀ ରେକର୍ଡ କରାଯାଇଛି । ରାଜଧାନୀରେ ବାଘୁଆ ଜାଡ଼ । ପାରଦ ୧୧.୬ ଡିଗ୍ରୀ ଛୁଇଁଛି । ୨୪ଟି ସହରର ତାପମାତ୍ରା ୧୦ଡିଗ୍ରୀ ତଳେ ରେକର୍ଡ ହୋଇଛି ।

Jharsuguda

ଆଗାମୀ ସାତ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ଦୁଇଦିନ ଯାଏ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ ୫ରୁ ୬ଡିଗ୍ରୀ ତଳେ ରହିଛି । ଦକ୍ଷିଣ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୩ ଡିଗ୍ରୀ କମ ରହିଛି ।

କିଛି କିଛି ସ୍ଥାନରେ ଶୀତଲହରୀ ନେଇ ଚେତାବନୀ ଜାରି ହୋଇଛି । ଆଜି ଶୀତଲହରୀ ପାଇଁ ୧୧ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କଟକ, ଖୋର୍ଦ୍ଧା, ବାଲେଶ୍ବର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ତାରିଖରୁ ପୁଣି ବଢିବ କୁହୁଡ଼ି । ୧୪ ତାରିଖ ପର୍ଯ୍ୟନ୍ତ କୁହୁଡ଼ି ସହ କିଛି କିଛି ସ୍ଥାନରେ ଘନକୁହୁଡ଼ିର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+