ଖରାଛୁଟି ପରେ ଜୁନ୍ ପହିଲାରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ
ଜୁନ୍ ପହିଲାରୁ ଖୋଲିବ କଲେଜ ଓ ବିଶ୍ୱ ବିଦ୍ୟାଳୟ । କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଆସନ୍ତା ଜୁନ୍ ପହିଲାରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ ।
ଭୁବନେଶ୍ୱର : ଜୁନ୍ ପହିଲାରୁ ଖୋଲିବ କଲେଜ ଓ ବିଶ୍ୱ ବିଦ୍ୟାଳୟ । କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଆସନ୍ତା ଜୁନ୍ ପହିଲାରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ । ରାଜ୍ୟ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଏନେଇ ବିଶ୍ୱବିଦ୍ୟାଳୟର କୁଳପତି ଓ ଡିଗ୍ରୀ କଲେଜର ପ୍ରିନ୍ସିପାଲମାନଙ୍କୁ ଚଠି ଲେଖି ଅବଗତ କରାଇଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ ସରକାର ଚଳିତ ମାସ ପ୍ରଥମ ସପ୍ତାହରେ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିଦେଇଥିଲେ । ତେବେ ଉଚ୍ଚଶିକ୍ଷା ସଚିବ ଲେଖିଥିବା ଚିଠି ଅନୁସାରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା ହୋଇଥିବା ଗ୍ରୀଷ୍ମ ଛୁଟି ଅବଧି ଚଳିତ ମାସ 31 ତାରିଖରେ ଶେଷ ହେଉଛି । ଏହି ଗ୍ରୀଷ୍ମ ଛୁଟି ସରିବା ପରେ ଜୁନ୍ ପହିଲାରୁ ପାଠପଢ଼ା ଆରମ୍ଭ ହେବ ।
20201 ଏପ୍ରିଲ 16 ରେ ବିଭାଗ ପକ୍ଷରୁ ଜାରି କୋଭିଡ୍ ଗାଇଡଲାଇନ୍ ଅନୁସାରେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢ଼ା ହେବ । ସେଥିପାଇଁ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଏବେବି ରାଜ୍ୟ କରୋନା ମହାମାରୀର ଦ୍ୱିତୀୟ ଲହର ପ୍ରକୋପରେ ପ୍ରଭାବିତ ହେଉଛି । ଦୈନିକ ସଂକ୍ରମଣରେ କୌଣସି ହ୍ରାସ ହୋଇନାହିଁ । ରାଜ୍ୟରେ ଜୁନ୍ ପହିଲା ପର୍ଯ୍ୟନ୍ତ ଲକଡାଉନ୍ ଥିବାବେଳେ ସପ୍ତାହନ୍ତ ସଟଡାଉନ୍ ମଧ୍ୟ ବଳବତ୍ତର ରହିଛି । ଏହା ସତ୍ତ୍ବେ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ କାର୍ଯ୍ୟକ୍ଷମ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।
ଗ୍ରୀଷ୍ମ ଛୁଟି ସରିବା ପରେ ଜୁନ୍ ପହିଲାରୁ ପାଠପଢ଼ା ଆରମ୍ଭ ହେବ । ୨୦୨୧ ଏପ୍ରିଲ ୧୬ତାରିଖରେ ବିଭାଗ ପକ୍ଷରୁ ଜାରି କୋଭିଡ୍ ଗାଇଡଲାଇନ୍ ଅନୁସାରେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢ଼ା ହେବ । ସେଥିପାଇଁ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ କରୋନା ସଂକ୍ରମଣ ମାମଲା ଏବେବି ବୃଦ୍ଧି ପାଉଥିବା ବେଳେ ଜୁନ୍ ପହିଲା ପର୍ଯ୍ୟନ୍ତ ଲକଡାଉନ୍ ଥିବାବେଳେ ସାପ୍ତାହିକ ସଟଡାଉନ୍ ମଧ୍ୟ ବଳବତ୍ତର ରହିଛି ।












Click it and Unblock the Notifications