Get Updates
Get notified of breaking news, exclusive insights, and must-see stories!

ନିର୍ମାଣାଧୀନ ସେତୁର କାର୍ଯ୍ୟ ଶୀଘ୍ର ଶେଷ କର : ବିଭାଗ ପ୍ରମୁଖ ଶାସନ ସଚିବ

ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂ ବ୍ରହ୍ମପୁର ସ୍ଥିତ ଗ୍ରାମ୍ୟ ନିର୍ମାଣ ମଣ୍ଡଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଭୁବନେଶ୍ୱର : ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂ ବ୍ରହ୍ମପୁର ସ୍ଥିତ ଗ୍ରାମ୍ୟ ନିର୍ମାଣ ମଣ୍ଡଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ସିଂ ସମସ୍ତ ଯନ୍ତ୍ରୀମାନଙ୍କୁ ଅବଗତ କରାଇଥିଲେ ଯେ , ଗଞ୍ଜାମ ଜିଲ୍ଲା ସବୁବେଳେ ସୁନାମ ପାଇଆସୁଛି । ଜିଲ୍ଲାର ସୁନାମ ଆଣିବା ଦିଗରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା କାର୍ଯ୍ୟ ହେଉଥିବା କାମ ଗୁଡିକ ସମ୍ପନ୍ନ କରିବା ଦିଗରେ ତ୍ଵରାନିତ କରିବାର ଆବଶ୍ୟକତା ରହିଛି ।

 odisha development
ସେତୁ ନିର୍ମାଣ କ୍ଷେତ୍ରରେ ଟେଣ୍ଡର କାର୍ଯ୍ୟ ସାରିଦେଇ ସମସ୍ତ କାର୍ଯ୍ୟ ଠିକାଦାରଙ୍କ ଉପରେ ନ୍ୟସ୍ତ କଲେ ହେବନାହିଁ । ଠିକାଦାରଙ୍କ କାର୍ଯ୍ୟଧାରା ଗୁଡିକ ବରାବର ତଦାରଖ କରିବାକୁ ସେ ପରାମର୍ଶ ଦେଇଥିଲେ । ଉନ୍ନୟନ କାର୍ଯ୍ୟରେ ଦେଖାଯାଉଥିବା ପ୍ରତିବନ୍ଧକଗୁଡିକ ସମାଧାନ କରି ଉକ୍ତ କାର୍ଯ୍ୟର ଶୀଘ୍ର ସମାପନ ଦିଗରେ ପ୍ରତ୍ୟେକ ତତ୍ପରତା ପ୍ରକାଶ କରିବାର ଆବଶ୍ୟକତା ରହିଛି ବୋଲି ପ୍ରମୁଖ ଶାସନ ସଚିବ ସିଂ ଜଣାଇଥିଲେ । ସେ ମଧ୍ୟ କହିଥିଲେ ଯେ ଯନ୍ତ୍ରୀମାନେ କ୍ଷେତ୍ର ପରିଦର୍ଶନ କରି ସମସ୍ତ ସୁବିଧା ଅସୁବିଧା ବୁଝନ୍ତୁ । ଅସୁବିଧା ସମ୍ପର୍କରେ ନିଜ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାନ୍ତୁ । ସେହିଠାରେ ସମସ୍ୟାର ସମାଧାନ ହୋଇନପାରିଲେ ଜିଲ୍ଲାପାଳଙ୍କ ସହାୟତା ନେଇ ସେସବୁର ସମାଧାନ କରି କାର୍ଯ୍ୟଗୁଡିକ ସଠିକ ସମୟରେ ସମାପନ କରିବାକୁ ସିଂ ନିର୍ଦ୍ଦେଶ ଦେଇଥିଲେ ।

ଯନ୍ତ୍ରୀମାନେ ସମସ୍ୟା ଦେଖିବା ସହିତ ଏହାର ସମାଧାନର ବାଟ ମଧ୍ୟ ବାହାର କରି କାର୍ଯ୍ୟ ଯେମିତି ସଠିକ ସମୟରେ ସମାପନ ହେବ ସେ ଦିଗରେ ତତ୍ପରତା ପ୍ରକାଶ କରିବାକୁ ପ୍ରମୁଖ ଶାସନ ସଚିବ ଜଣାଇଥିଲେ । ଡିପିଆର ପ୍ରସ୍ତୁତ କରିବା ପୂର୍ବରୁ କ୍ଷେତ୍ର ପରିଦର୍ଶନ କରି ପ୍ରକୃତ ଡିପିଆର ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ । ଯେଉଁ ଅଧିକାରୀମାନଙ୍କ ଦ୍ବାରା କାର୍ଯ୍ୟ ଧାରା ବିଳମ୍ବ ହେବ , ସେମାନଙ୍କୁ ଉତ୍ତରଦାୟୀ କରାଯିବ । ଅଧିକାରୀମାନେ ନିଜ ସଦରମହକୁମାରେ ରହିବା ସହିତ କ୍ଷେତ୍ର ପରିଦର୍ଶନ କରିବାକୁ ସିଂ ପରାମର୍ଶ ଦେଇଥିଲେ । ଗଞ୍ଜାମ ଜିଲ୍ଲାପାଳ ପ୍ରମୁଖ ଶାସନ ସଚିବଙ୍କ ଦୃଷ୍ଟି ଆକର୍ଷଣ କରି ଜଣାଇଥିଲେ ଯେ , ଅନେକ ସମୟରେ ଜନସାଧାରଣ ରାସ୍ତାର ମରାମତି ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରନ୍ତି । ଗୋଟିଏ ରାସ୍ତାକୁ ନିୟମିତ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସଜାଡିଲେ ରାସ୍ତାଗୁଡିକର ପରିଚାଳନା ଠିକ ହୋଇପାରିବ । ରାସ୍ତା ନିର୍ମାଣ ଗୃହ ନିର୍ମାଣ କିମ୍ବା ସେତୁ ନିର୍ମାଣ କ୍ଷେତ୍ରରେ କୌଣସି ସମସ୍ୟା ଦେଖାଗଲେ ତାହା ଜିଲ୍ଲା ପ୍ରଶାସନର ଦୃଷ୍ଟିକୁ ଆଣନ୍ତୁ । ତେବେ ଯାଇ ତାର ସମାଧାନ ବାଟ ଖୋଲିବ ଏବଂ ଉନ୍ନୟନ କାର୍ଯ୍ୟ ବିନା ଦ୍ବିଧାରେ ସଠିକ ସମୟରେ ସମାପନ 20 ହୋଇପାରିବ ।
ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା , ବିଜୁ ସେତୁ ଯୋଜନା , ମୁଖ୍ୟମନ୍ତ୍ରୀ ସଡକ ଯୋଜନା , ବହୁମୂଖୀ ବାତ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ଯୋଜନା ଆଦି ସମ୍ପର୍କରେ ସୁବିସ୍ତୃତ ଆଲୋଚନା ହୋଇଥିଲା । ଏହି ସମୀକ୍ଷା ବୈଠକରେ ରାଜ୍ୟ ଗ୍ରାମ୍ୟ ନିର୍ମାଣ କୋଠବାଡି ଓ ସେତୁ ବିଭାଗ ଯନ୍ତ୍ରୀ ମୁଖ୍ୟ ପ୍ରଦୀପ ସାମଲ , ମୁଖ୍ୟ ଯନ୍ତ୍ରୀ ରମେଶ ଚନ୍ଦ୍ର ବେହେରା , ଗଞ୍ଜାମ ଜିଲ୍ଲା ଗ୍ରାମ ନିର୍ମାଣ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଦୀପ କୁମାର ଜେନା , ଗଞ୍ଜାମ ଜିଲ୍ଲା ଗ୍ରାମ୍ୟ ନିର୍ମାଣ ବିଭାଜନ- ୧ ର ଅଧ୍ୟକ୍ଷଣ ଯନ୍ତ୍ରୀ ନାରଣ ମୁର୍ମୁ ଏବଂ ସମ୍ପୃକ୍ତ ବିଭାଗୀୟ ଯନ୍ତ୍ରୀ ଓ ଅଧ୍ୟାକାରୀଗଣ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+