ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର, ୭ ତାରିଖ ସୁଦ୍ଧା ସମସ୍ତ ତଥ୍ୟ ସରକାରଙ୍କୁ ଦେବାକୁ ନିର୍ଦ୍ଦେଶ

ରାଜ୍ୟର କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ(ବାବୁ) ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତା'ର ଟିକିନିଖି ହିସାବ ରାଜ୍ୟ ସରକାର ଲୋଡ଼ିଛନ୍ତି। ଏନେଇ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ନିକଟରେ ସଚିବସ୍ତରୀୟ ବୈଠକରେ ସମସ୍ତ ସଚିବଙ୍କୁ ସୂଚାଇ ଥିବାବେଳେ ଜୁଲାଇ ୩୧ରେ ମୁଖ୍ୟସଚିବଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ(ଓଏସ୍‌ଡି) କଲ୍ୟାଣ କୁମାର ରଥ ସମସ୍ତ ବିଭାଗର ସଚିବମାନଙ୍କୁ ପତ୍ର ଲେଖିଛନ୍ତି। ଚଳିତମାସ ୭ତାରିଖ ପୂର୍ବରୁ ସରକାରଙ୍କୁ ସମସ୍ତ ତଥ୍ୟ ଅବଗତ କରାଇବାକୁ ସେ ଦର୍ଶାଇଛନ୍ତି। ଏହାକୁ ନେଇ ସବୁ ବିଭାଗରେ ଏବେ ଘଣ୍ଟାଚକଟା ଆରମ୍ଭ ହୋଇଯାଇଛି। ବିଭାଗରେ କେତେ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି, ସେନେଇ ଖୋଳତାଡ଼ ଆରମ୍ଭ ହୋଇଥିବାବେଳେ ସୋମବାର ଜଳସମ୍ପଦ ବିଭାଗ ପକ୍ଷରୁ ମୁଖ୍ୟସଚିବଙ୍କ ନିର୍ଦ୍ଦେଶକୁ ନେଇ ଅତିରିକ୍ତ ସଚିବ ସମସ୍ତ ଅଧିକାରୀଙ୍କଠାରୁ ରିପୋର୍ଟ ଲୋଡ଼ିଛନ୍ତି।

government
ସବୁ ବିଭାଗୀୟ ସଚିବଙ୍କୁ ଓଏସ୍‌ଡି କଲ୍ୟାଣ କୁମାର ପ୍ରଦାନ କରିଥିବା ପତ୍ରରେ ଦର୍ଶାଇଛନ୍ତି ଯେ, ମୁଖ୍ୟସଚିବଙ୍କ ନିର୍ଦ୍ଦେଶକ୍ରମେ ଜଣାଉଛି କି ଅନେକଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଗତ ସଚିବସ୍ତରୀୟ ବୈଠକରେ ଆଲୋଚନା ହୋଇଥିଲା। ସେଥିମଧ୍ୟରେ କର୍ମଚାରୀଙ୍କ ଅବସରଠାରୁ ଆରମ୍ଭ କରି ବାଧ୍ୟତାମୂଳକ ଅବସର ପର୍ଯ୍ୟନ୍ତ, ପ୍ରଶାସନରେ ବୈଷୟିକ ପ୍ରଣୟନ, ନାଗରିକକୈନ୍ଦ୍ରିକ ସରକାରଙ୍କ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟସଚିବ ୧୨ଟି ବିଷୟ ଉପରେ ଏହାର ସ୍ଥିତାବସ୍ଥା ସମ୍ପର୍କରେ ଜାଣିବାକୁ ଚାହିଁଛନ୍ତି।
ସେ ଦର୍ଶାଇଛନ୍ତି, ପ୍ରତ୍ୟେକ ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର ଟିକିନିଖି ସମୀକ୍ଷା କରାଯିବ। ଯେଉଁମାନେ ସରକାରଙ୍କ ନିୟମ ଅନୁଯାୟୀ କାଯର୍ର୍‌ୟ ସମ୍ପାଦନା କରୁ ନାହାନ୍ତି ତଥା ଅପାରଗ ବୋଲି ବିବେଚିତ ହେବେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ। ସାଧାରଣ ପ୍ରଶାସନ ବିଭାଗର ୨୦୧୯ ସେପ୍ଟେମ୍ବର ୨୪ର ସର୍କୁଲାର ଅନୁଯାୟୀ, ସମ୍ପୃକ୍ତ ଅପାରଗ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ। ଏ ସମ୍ପର୍କରେ କେଉଁ ବିଭାଗ କେତେ କର୍ମଚାରୀଙ୍କ କାର୍ଯ୍ୟଶୈଳୀ ସମୀକ୍ଷା କରିଛି ଏବଂ କେତେଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛିି ତା'ର ବିବରଣୀ ପ୍ରଦାନ କରିବାକୁ ହେବ। ଏହାସହିତ କେତେଜଣ ସରକାରୀ
ଚାକିରିଆଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ତା'ର ତଥ୍ୟ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ ଅପ୍‌ଲୋଡ୍‌ ହୋଇଛି କିମ୍ବା ଗଚ୍ଛିତ ରହିଛି ତା'ର ବିବରଣୀ ମଧ୍ୟ ଦେବାକୁ ପଡ଼ିବ। ସେହିପରି ଯେଉଁ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ଏବଂ ଯଦି ସେ ପଦୋନ୍ନତି ପାଇବାକୁ ଯୋଗ୍ୟ ଅଛନ୍ତି ତାଙ୍କର ନାମ ପଦୋନ୍ନତି ତାଲିକାରେ ନ ଦର୍ଶାଇ କେବଳ ସିଲ୍‌ଡ କଭର ଭିତରେ ରଖାଯାଇପାରିବ ବୋଲି ସେ ଦର୍ଶାଇଛନ୍ତି।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+