ଆଉ ୯ ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ମୋଟ ସଂଖ୍ୟା ପହଞ୍ଚିଲା ୧୧୩
ରାଜ୍ୟ ସରକାର ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ବାସ୍ଥ୍ୟ, ଶ୍ରମ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି।
ଭୁବନେଶ୍ବର: ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ରାଜ୍ୟ ସରକାର ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ବାସ୍ଥ୍ୟ, ଶ୍ରମ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି।
ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୁଦ୍ଧରେ ଦୁର୍ନୀତି ମାମଲା ଥିବାବେଳେ, ୨ ଜଣଙ୍କୁ ଅପାରଗତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଖଣି ବିଭାଗର ୨ ଜଣ ଅଧିକାରୀ ତଥା ବଲାଙ୍ଗୀର ମୂରିବାହଲ ଫରେଷ୍ଟ ରେଞ୍ଜ ଅଫିସର ଏବଂ ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟରଙ୍କୁ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ଅନ୍ୟ ୫ ଜଣଙ୍କୁ କିଛି ଦିନ ତଳେ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା।
ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଖଣି ବିଭାଗର ଉପନିର୍ଦ୍ଦେଶକ ମଦନ ମୋହନ ବିଶ୍ବାଳ। ବିଶ୍ବାଳଙ୍କ ବିରୁଦ୍ଧରେ ୯ଟି ଭିଜିଲାନ୍ସ କେସ୍ ରହିଛି । ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ଥିଲା । ସେହିପରି ସରକାରୀ କାର୍ଯ୍ୟରେ ତାଙ୍କର ଆନ୍ତରିକତା ଅଭାବ ରହିଥିଲା ଏବଂ ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ସୌଜନ୍ୟ ମଧ୍ୟ ସେ ରକ୍ଷା କରୁ ନଥିଲେ।

ଅନ୍ୟଜଣେ ହେଲେ ରମେଶ ଚନ୍ଦ୍ର ମହାଲିକ । ଖଣି ଅଧିକାରୀ ଗ୍ରୁପ-କ ପାହ୍ୟାର ଅଧିକାରୀ ମହାଲିକଙ୍କ ବିରୁଦ୍ଧରେ ୪ଟି ଭିଜିଲାନ୍ସ କେସ୍ ଥିବାବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହଜନକ ଥିଲା । ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ଆନ୍ତରିକତା ଓ ସୌଜନ୍ୟର ଅଭାବ ତାଙ୍କ ଠାରେ ଥିଲା ।
ବଲାଙ୍ଗୀର ମୂରିବାହାଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ କୁମାର ନାୟକ ୧ କୋଟି ୪୦ ଲକ୍ଷ ଟଙ୍କାର ଆୟବହିର୍ଭୁତ ସଂପତ୍ତି ସହିତ ବଲାଙ୍ଗୀର ଜିଲ୍ଲାରେ ତାଙ୍କର ୧୦ଟି ପ୍ଲଟ ଓ ୨ଟି କୋଠା ମଧ୍ୟ ଠାବ କରାଯାଇଥିଲା । ସେଥିପାଇଁ ତାଙ୍କ ନାମରେ ଭିଜିଲାନ୍ସ ମାମଲା ରହିଛି । ସେହିପରି ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟର ନାରାୟଣ ପ୍ରଧାନଙ୍କ ବିରୁଦ୍ଧରେ ଭିଜିଲାନ୍ସ ମାମଲା ରହିଛି । ତାଙ୍କର ଆୟ ବହିର୍ଭୂତ ୨ କୋଟି ୨୦ ଲକ୍ଷ ଟଙ୍କାର ସଂପତ୍ତି ସହିତ ଦେଓଗଡ ଜିଲ୍ଲାରେ ୪ଟି କୋଠା, ସମ୍ବଲପୁର, ଦେଓଗଡ, ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରେ ୩୧ଟି ଜମି ମଧ୍ୟ ରହିଛି ।
ଜଙ୍ଗଲ ବିଭାଗର ସହକାରୀ ବନ ସଂରକ୍ଷକ ଲକ୍ଷ୍ଣଣ କୁମାର ପ୍ରଧାନଙ୍କ ବିରୁଦ୍ଧରେ ୨ଟି ଭିଜିଲାନ୍ସ କେସ ରହିଛି । ଭରତ କୁମାର ଘଡେଇ ଜଙ୍ଗଲ ବିଭାଗର ରେଞ୍ଜ ଅଫିସରଙ୍କ ବିରୁଦ୍ଧରେ ୩ଟି ଭିଜିଲାନ୍ସ କେସ୍ ରହିଛି । ପ୍ରଦୀପ କୁମାର ଭୋଇ, ରାୟଗଡା ଜିଲ୍ଲା ଶ୍ରମ ଅଧିକାରୀଙ୍କ ବିରୁଦ୍ଧରେ ଗୋଟିଏ ଭିଜିଲାନ୍ସ କେସ ରହିଛି । ଏମାନଙ୍କୁ ସମସ୍ତଙ୍କୁ ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଭୁବନେଶ୍ବରର ଯୁଗ୍ମ ଶ୍ରମ କମିଶନର ଶରତ କୁମାର ଚୌଧୁରୀ ଏବଂ ଗଜପତି ଜିଲ୍ଲାର ଡିଭିଜିନାଲ ଶ୍ରମ କମିଶନର ଶ୍ରୀମତୀ ନମିତା ଦାସଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ଉପରୋକ୍ତ ୯ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୧୩ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।
-
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Odisha Weather: ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା -
ବାରୁଣି ସ୍ନାନ ଅବସରରେ ବୈତରଣୀ କୂଳରେ ହଜାର ହଜାର ଭକ୍ତଙ୍କ ସମାଗମ












Click it and Unblock the Notifications